ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର 

କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର 

ଭବାନୀପାଟଣା : ତା. ୦୧.୧୨.୨୦୨୫ – କଳାହାଣ୍ଡି ଜିଲ୍ଲାସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବାରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୨୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୯୨ ଗୋଟି ଓ ସାମୂହିକ ୧୮ ଗୋଟି ରହିଥିବା ବେଳେ ୧୭ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ଜଣଙ୍କୁ ରେଡ଼କ୍ରସ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ରାସ୍ତା ଘାଟ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା,ଶ୍ରମ, ପୂର୍ତ୍ତ ଜଙ୍ଗଲ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢୀ,ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଉପଜିଲ୍ଲାପାଳ ଧର୍ମଗଡ଼ ପ୍ରେକ୍ଷା ଅଗ୍ରୱାଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ନିହାରେନ୍ଦ୍ର ପଣ୍ଡା, ମୁଖ୍ୟ ଜିଲା ବେସାମରିକ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ୍ ନିଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

( ମ ନି ସ )

Related posts

ମଧୁବାବୁ ମଣ୍ଡଳର – ଜନ ଆକ୍ରୋଶ ମହିଳା ପଦଯାତ୍ରା”

ଦେଵୟୁଗ ପରିବାର ଆୟୋଜିତ “ଏକାମ୍ର କ୍ଷେତ୍ର ଚନ୍ଦନ ଉତ୍ସବ–୨୦୨୬” ଭବ୍ୟ ସମାରୋହରେ ଅନୁଷ୍ଠିତ

Sunil Chandra Nayak

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା ଏକ ଘରୋଇ ଆମ୍ବୁଲାନ୍ସ , ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତ ସେବା ବନ୍ଦ

masiha

Leave a Comment

error: Content is protected !!