ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ 

ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ 

ଡାବୁଗାଁ, ୩/୧୨(ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମାସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟ|ଳୟ ପରିସରରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ବୁଧବାର ପାଳିତ ହୋଇଯାଇଛି | ଏଥିରେ ବ୍ଲକ ଅଧୀନ ବିଭିନ୍ନ ବିଦ୍ୟାଳୟର ଭିନ୍ନକ୍ଷମ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ସଙ୍ଗୀତ, ଲେମ୍ବୁ ଚାମଚ, ନୃତ୍ୟ ଓ ମ୍ୟୁଜିକ ଚେୟାର ଆଦି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀ ଛାତ୍ର ମାନଙ୍କୁ ପୁରସ୍କୃତ କରାଯାଇଥିଲା | ଶେଷରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ ଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ବ୍ଲକ ଶିକ୍ଷା ଅଧିକାରୀ ରସ୍ମିତା ନେତାମ, ଉପବିଭାଗୀୟ ଅଧିକାରୀ ବ୍ରଜେନ୍ଦ୍ର କୁମାର ମିଶ୍ର, ଶିକ୍ଷୟତ୍ରୀ ସୁଜ୍ଞାନୀ ବେହେରା, ଇତିଶ୍ରୀ ସେଠୀ, ଶିକ୍ଷକ ପ୍ରତାପ କୁମାର ଦାସ, ଧଳେନ୍ଦ୍ର ଦ୍ଵାରୀ, ଶିବରାମ ବେହେରା, ବିଶ୍ଵେଶ କୁମାର ତ୍ରିପାଠୀ ଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ଓ ଭିନ୍ନକ୍ଷମ ଛାତ୍ରୀଛାତ୍ର ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମ କୁ ଗୋଷ୍ଠୀ ସମ୍ବଳ କର୍ମୀ ଛନ୍ଦା ଚରଣ ମେହେର ପରିଚାଳନା କରିଥିଲେ | ବ୍ଳକ ର ବିଭିନ୍ନ ବିଦ୍ୟାଳୟରୁ ଅନ୍ୟୁନ ୮୦ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଧର୍ମଗଡ ର ଶୈଳେଶ ଭୋଇ  ରାଜ୍ୟରେ ପ୍ରଥମ ୧୦ ଜଣ ମଧ୍ୟରେ ସପ୍ତମ ସ୍ଥାନ ଅଧିକାର

Sunil Chandra Nayak

ଵହଳଦା ଥାନା ! ତେନ୍ତଳା ଗ୍ରାମରେ ସାପ କାମୁଡ଼ାରେ କିଶୋରୀ ମୃତ 

masiha

ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!