ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାପଡ଼ାହାଣ୍ଡିଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ 

ପାପଡ଼ାହାଣ୍ଡିଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:( ତା୨୭.୧.୨୦୨୬)(ରବି ନାରାୟଣ ମହାନ୍ତି) ପାପଡ଼ାହାଣ୍ଡି ପଞ୍ଚାୟତ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ,ବି ଡି ଓ କପିଲଦେବ ସାହୁ, ବ୍ଲକ ଉପାଧ୍ୟକ୍ଷ ସୁଶାନ୍ତ ବେହେରାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୦୫ଟି ହୁଇଲ ଚେୟାର, ୨ ଜଣ ଦିବ୍ୟାଙ୍ଗ ଙ୍କୁ ଚକ୍ଷୁହୀନ ସହାୟକ ବାଡି ପ୍ରଦାନ କରାଯାଇଥିଲା।୧୦ଜଣ ଅଙ୍ଗହୀନ ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ କରାଯାଇ ଥିଲା।ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୧୩ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା।

Related posts

ନିଜ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ ଅବସରରେ ରେଡ଼କ୍ରସ ପାଣ୍ଠିକୁ ଦାନ 

masiha

ଶତାୟୁ,ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ବର୍ଣ୍ଣାଢ଼୍ୟ ୭୫ତମ ସାଧାରଣତନ୍ତ୍ର ଦିବସ -୨୦୨୪ ଉତ୍ସବ ପାଳିତ

masiha

ଇଟିପିଏ ଫାଉଣ୍ଡେସନ ତରଫରୁ ଋତୁସ୍ରାବ ସ୍ୱଚ୍ଛତା ପରିଚାଳନା କାର୍ଯ୍ଯକ୍ରମ ଅନୁଷ୍ଟିତ 

masiha

Leave a Comment

error: Content is protected !!