ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉଦୟ ପ୍ରତାପ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଉଦୟ ପ୍ରତାପ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଶେରଗଡ଼ ; ୩୦/୦୧ ସ୍ଥାନୀୟ ଉଦୟ ପ୍ରତାପ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଉପେନ୍ଦ୍ର କୁମାର ବାଡତ୍ୟାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ରାଧାମୋହନ ତ୍ରିପାଠୀ, ସମ୍ମାନୀତ ଅତିଥି ଭାବେ ରସାୟନ ବିଜ୍ଞାନର ବରିଷ୍ଠ ଅଧ୍ୟାପକ କାହ୍ନୁ ଚରଣ ଲେଙ୍କା, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ହୃଷିକେଶ ପାତ୍ର, ପ୍ରଶାସନିକ ଅଧୀକ୍ଷକ ଶିଶିରକାନ୍ତ ତ୍ରିପାଠୀ,ହିସାବ ଅଧୀକ୍ଷକ ରଞ୍ଜନ କୁମାର ପାଣିଗ୍ରାହୀ ଏବଂ ଶିକ୍ଷା ଅଧୀକ୍ଷକ ଡକ୍ଟର ରିତାରାଣୀ ସ୍ୱାଇଁ ମଞ୍ଚାସୀନ ହୋଇଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ତାପରେ ଶିଶିରକାନ୍ତ ତ୍ରିପାଠୀ ମହୋଦୟ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅଧ୍ୟକ୍ଷ ମହୋଦୟ ବର୍ଷର ପ୍ରତିଟି କାର୍ଯ୍ୟକ୍ରମର ସମୀକ୍ଷା କରିବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ। ସମସ୍ତ ଅତିଥି ନିଜ ନିଜ ବକ୍ରବ୍ୟରେ ଛାତ୍ରଛାତ୍ରୀ ମାନଙ୍କର ଚରିତ୍ର ଗଠନ, ବ୍ୟକ୍ତିତ୍ୱ ଗଠନ ଏବଂ ଶୈକ୍ଷିକ ସ୍ତରରେ ଉନ୍ନତି କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ସୁନ୍ଦର ଉଦାହରଣ ଦେଇ ବୁଝାଇଥିଲେ। ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ସହିତ ଏକ କ୍ଷୁଦ୍ରନାଟକ ମଧ୍ୟ ପରିବେଷଣ କରିଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଡକ୍ଟର ରିତାରାଣୀ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମରେ ସମସ୍ତ କର୍ମଚାରୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।

Related posts

ଯୁଗଳ କିଶୋର ପଟ୍ଟନାୟକ ଙ୍କୁ ମ୍ୟାନ୍ ଅଫ୍ ମିଶନ୍ ସମ୍ମାନ

Sunil Chandra Nayak

ଡ଼ାବୁଗାଁ ରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ 

masiha

ନୁଆଗାଁ ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମରକ୍ଷା କୌଶଳ କାର୍ଯ୍ୟକ୍ରମ ଉଦ୍‌ଯାପିତ

masiha

Leave a Comment

error: Content is protected !!