ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇଘରଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ 

ରାଇଘରଠାରେ ଜିଳ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:( ତା୦୯.୦୨.୨୦୨୬)(ରବି ନାରାୟଣ ମହାନ୍ତି)ଆଜି ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ ରିତୁ ସିଂଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୧୮ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।୮ଜଣ ବିଭିନ୍ନ କାରଣରୁ ଅଙ୍ଗହୀନ ହୋଇଥିବା ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ କରାଯାଇ ଥିଲା।ସେଭଳି ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୧୩ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା। 

Related posts

ଦାବି ମୁତାବକ ରାଜ୍ୟ ସରକାର ଶିକ୍ଷକ ମାନଙ୍କ ପଦୋନ୍ନତି ସୀମାକୁ କମାଇ ଦେଇଥିବାରୁ  ଲକ୍ଷ୍ମୀପୁର ଶିକ୍ଷକ ସଂଗଠନ ତରଫରୁ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କୁ ଧନ୍ୟବାଦ ଜଣାଇଲେ

Sunil Chandra Nayak

ଅତଡ଼ା ହାଇ ସ୍କୁଲ,ରାୟଗଡ଼ା ରେ ଶିକ୍ଷା କ୍ଷେତ୍ରରେ ଅଭିଭାବକ ମାନଙ୍କ ଭାଗୀଦାରିତା ଶୀର୍ଷକ କର୍ମଶାଳା

Sunil Chandra Nayak

ସେଲ୍ଫ ଫାଇନାନସିଂ ବିଜ୍ଞାନ ପାଠ୍ୟକ୍ରମର ଫି’ ଛାଡ ପାଇଁ ଦାବି  ଉପଜିଲ୍ଲାପାଳଙ୍କୁ ଦାବୀ ପତ୍ର ଦେଲେ ଜୁନାଗଡ ର ଛାତ୍ରଛାତ୍ରୀ

Sunil Chandra Nayak

Leave a Comment

error: Content is protected !!