ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତିନି ଦିବସୀୟ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ  ସଂପନ୍ନ 

ତିନି ଦିବସୀୟ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ  ସଂପନ୍ନ 

ରାଉରକେଲା : ୧୭/୨/୨୦୨୬: ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ଆରମ୍ଭ ହୋଇଥିବା  ତିନି ଦିବସୀୟ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ଆଜି ସଂଧ୍ଯା ରେ ସପନ୍ନ ହୋଇ ଯାଇଛି।  ସମାପନ ସମାରୋହରେ ଲାଠିକଟା ତହସିଲଦାର ମୁରଲିଧର ଉର୍ମାଲ ମୁଖ୍ଯ ଅତିଥି ଭାବରେ ଯୋଗ ଦାନ କରିଥିଲେ।  ଏବଂ  କୃଷି ଜିଲ୍ଲା ଅଧିକାରୀ ପାନପୋଷ ଜି.ଜୟନ ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିଥିଲେ l 

ଏହି ପ୍ରଦର୍ଶନୀ ରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ  ମୁଖ୍ୟ ଅତିଥି କୃଷି ଜିଲ୍ଲା ଅଧିକାରୀ କାର୍ଯ୍ୟାଳୟ ପାନପୋଷ କୁ ପ୍ରଥମ ପୁରସ୍କାର ପ୍ରଦାନ କରିଥିଲେ। ସେହିପରି ଜିଲ୍ଲା ହସ୍ତଶିଳ୍ପ ବିଭାଗ କୁ ଦ୍ବିତୀୟ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟକୁ  ୩ୟ  ପୁରସ୍କାର ପ୍ରଦାନ କରାଯାଇଛି l  

       ଜିଲ୍ଲା ସୂଚନା ଓ ଲୋକ ସଂପର୍କ  ବିଭାଗ ଦ୍ବାରା ଆୟୋଜିତ ଏହି ପ୍ରଦର୍ଶନୀରେ ଜିଲ୍ଲାର ବିଭିନ୍ନ ବିଭାଗ ଦ୍ଵାରା ଯଥା ଜିଲ୍ଲା କୃଷି ବିଭାଗ ଠାରୁ ଆରମ୍ଭ କରି ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ, ହସ୍ତଶିଳ୍ପ ବିଭାଗ, ପାନପୋଷ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ପ୍ରଦର୍ଶନୀ ଷ୍ଟଲ୍ କରାଯାଇ ଲୋକମାନଙ୍କୁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଯାଇଥିଲା। ଏତଦ୍ ବ୍ୟତୀତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଜିଲ୍ଲା ଶ୍ରମ ବିଭାଗ, ସହ ଆଞ୍ଚଳିକ ପୁନର୍ବାସ ଓ ଗବେଷଣା କେନ୍ଦ୍ର ତରଫରୁ ଦିଆଯାଉଥିବା ବିଭିନ୍ନ ସହାୟକ ଉପକରଣ ଓ ସମନ୍ଵିତ ଭୌତିକ ଚିକିତ୍ସା କେନ୍ଦ୍ର ବିଷୟରେ ଲୋକଙ୍କୁ ସଚେତନ କରାଇବା ନିମନ୍ତେ ୧୮ ଟି ଷ୍ଟଲ୍ କରିଥିଲେ।  

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ରାଉରକେଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୀମା ଫାତିମା ଏକ୍କା କାର୍ଯ୍ୟକ୍ରମର ପରିଚାଳନା କରିଥିଲେ l 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଅପହରଣ ସନ୍ଦେହ କରି ଦୁଇ ଜଣ ନିଶାସକ୍ତ ଯୁବକଙ୍କୁ ନିସ୍ତୁକ ମାଡ଼

masiha

ବିଧାୟକଙ୍କ ଉଦ୍ୟମରେ ରାସ୍ତା ପାଇଁ ରହିଥିବା ସମସ୍ୟାର ହେଲା ସମାଧାନ

ଜିଲ୍ଲାସ୍ତରୀୟ ୮୯ତମ ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ମାତୃଭାଷାର ପ୍ରଗତିରେ ଜାତିର ଉନ୍ନତି: ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର

masiha

Leave a Comment

error: Content is protected !!