ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନ ସଚେତନତା କାର୍ଯ୍ୟକ୍ରମ ବାଲ୍ୟ ବିବାହ ଏକ ସାମାଜିକ ବ୍ୟାଧି

ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲ୍ୟ ବିବାହ ଏକ ସାମାଜିକ ବ୍ୟାଧି

ଧର୍ମଗଡ଼ :ତାଲୁକ ଆଇନ ସେବା ସମିତି, ଧର୍ମଗଡ ପକ୍ଷରୁ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ତାଳୁକ ଆଇନ ସେବା ସମିତି ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସମ୍ମାନିତ ଅତିଥି ଭାବରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶ୍ରୀଚନ୍ଦନ ସେଠି, ବରିଷ୍ଠ ଆଇନଜୀବି ଚିନ୍ତାମଣି ପାତ୍ର, ଆଇନଜୀବୀ ମିହିର ରଞ୍ଜନ ପଟ୍ଟଯୋଶୀ, ପାନେଲ ଓକିଲ କମଳିନୀ ରଥ, ମହିଳା ଓ ଶିଶୁ ବିକାଶ ବିଭାଗ ସୁପର ଭାଇଜର ସତ୍ୟପ୍ରିୟା ପାତ୍ର,ସରସ୍ବତୀ ଶିଶୁ ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ କୁଞ୍ଜବିହାରୀ ଦାସ ପ୍ରମୁଖ ଯୋଗ ଦେଇଥିଲେ। ବାଲ୍ୟ ବିବାହ ଏକ ସାମାଜିକ ବ୍ୟାଧି ବୋଲି କହିବା ସହ ଏକ ସୁସ୍ଥ ଓ ସମୃଦ୍ଧ ଦେଶ ର ଗଠନରେ ବାଲ୍ୟ ବିବାହର ମୁଳୋତ୍ପାଟନ ଅତ୍ୟନ୍ତ ଜରୁରୀ ବୋଲି ଶ୍ରୀ ପ୍ରଧାନ କହିଥିଲେ ଏହା ସହିତ ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକାର ଦ୍ୱାରା ବାଲ୍ୟ ବିବାହ ମୁକ୍ତ ଭାରତ ଗଠନ ସକାଶେ ଅଭିନୀତ ମାର୍ଗଦର୍ଶିକାର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଆଇନଜୀବୀ ଶ୍ରୀ ଚିନ୍ତାମଣି ପାତ୍ର ପରିଚାଳନା କରିଥିଲେ ଏବଂ ପ୍ରଧାନ ଆଚାର୍ଯ୍ୟ କୁଞ୍ଜବିହାରୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଆସିକା ଘଟକୁରି ସେବା ସମବାୟ ସମିତି ରେ ଖୋଲିଲା ମଣ୍ଡି 

masiha

ନବରଙ୍ଗପୁର ର ଶିବ ପ୍ରସାଦ ହେଲେ ମିଷ୍ଟର କୋରାପୁଟ ୨୦୨୪

masiha

ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ ଆଇନ ସଚେତନତା ଶିବିର 

masiha

Leave a Comment

error: Content is protected !!