ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଞ୍ଚାୟତ ସମିତି ପରିସରରେ “ସୁଭଦ୍ରା ମିଶନ ଶକ୍ତି କାଫେ” ଉଦଘାଟିତ 

ପଞ୍ଚାୟତ ସମିତି ପରିସରରେ “ସୁଭଦ୍ରା ମିଶନ ଶକ୍ତି କାଫେ” ଉଦଘାଟିତ 

କନ୍ଧମାଳ , ତା, ୨୬/୦୩:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ପଞ୍ଚାୟତ ସମିତି ପରିସରରେ ଥିବା ସୁଭଦ୍ରା ମିଶନ ଶକ୍ତି କାଫେକୁ ଫୁଲବାଣୀର ପି ଡି ଶମ୍ଭୁନାଥ ନନ୍ଦୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଦିଲ୍ଲୀପ କହଁର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଷ୍ଣୁ ଗୋବିନ୍ଦ,ବି ପି ଏମ ପରେଶ ପ୍ରଧାନ,ବି ପି ସି ସରୋଜ ଦିଗାଲ, ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ,ବି ଏଲ ଏଫ ର ସଭାପତି,ସମାଜ ସେବୀ ରାଘବ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିବା ବେଳେ ଶକ୍ତି ମାତା ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତି ଶ୍ରୀମତୀ ସୁଦ୍ଧାରାଣୀ ଭୂୟାଁ ଓ ମହିଳାମାନେ କାଫେ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳ ର ବହୁ ସରକାରୀ ଓ ବେସରକାରୀ ଅନୁଷ୍ଠାନ ର ଅନେକ ଶୁଭେଚ୍ଛୁ ଉପସ୍ଥିତ ଥିଲେ। 

ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

ନୂଆପଡା ମିନିଷ୍ଟାଡିୟମ ଠାରେ ୭୪ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

Sunil Chandra Nayak

ଟାଟା ପାଓ୍ବାର ଦ୍ବାରା ପ୍ରତାରିତ ହେଉଛନ୍ତି ବିଦ୍ୟୁତ କର୍ମଚାରୀ , ସମସ୍ୟାର ସମାଧାନ ନେଇ ଜଣାଇଲେ ୧୧ଦଫା ଦାବି , ଦାବି ପୁରଣ ନହେଲେ ଆନ୍ଦୋଳନର ଚେତାବନୀ

Leave a Comment

error: Content is protected !!