ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର,(ଲିପିକା ରାଣୀ ରାଉତ),ତା.୩୦.୦୩.୨୦୨୬-ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଶିଶୁପାଳ ଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମିଳିତ ଜଣାଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

 ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଉପରେ ଶୁଣାଣି କରାଯାଇଛି । ଏଥମଧ୍ୟରୁ ୬ଟି ଅଭିଯୋଗ ଗ୍ରାମ ସମ୍ବନ୍ଧୀୟ ରହିଥିଲା ବେଳେ ଉକ୍ତ ଅଭିଯୋଗ ଗୁଡିକ ମଧ୍ୟରୁ ୬ ଗୋଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣଙ୍କୁ ୧୦ ହଜାର ଟଙ୍କା ଏବଂ ଅନ୍ୟ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।

ଆଜିର ମିଳିତ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ଜେନା, ତହସିଲଦାର ଶ୍ରୀ ମୃତ୍ୟୁଞ୍ଜୟ ତ୍ରିପାଠୀ, ବିଡ଼ିଓ ଶ୍ରୀ ଦେବୀପ୍ରସାଦ ମହାନ୍ତି, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର, ଅନ୍ୟ ବରିଷ୍ଠ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Related posts

ଟ୍ରାକ୍ଟର ଓ ମୋଟରସାଇକେଲ ଦୁର୍ଘଟଣା ଝିଅ ମୃତ, ବାପା ଗୁରୁତ୍ତର ଓ ପୁଅ ଆହତ 

masiha

ଜମିରେ ତସୁଥିବା ସମୟରେ ଭାରସାମ୍ୟ ହରାଇ  ଓଲଟିଲା ଟ୍ରାକ୍ଟର, ଚାପାରେ ଚାଳକ ମୃତ୍ୟୁ 

Sunil Chandra Nayak

ରାଉରକେଲା ଷ୍ଟିଲ ସିଟିର ସ୍ଥାପନା ଦିବସ 

Leave a Comment

error: Content is protected !!