ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦାହାଣ୍ଡିଠାରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ଚନ୍ଦାହାଣ୍ଡିଠାରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:(ତା ୩୦.୩.୨୦୨୬)(ରବିନାରାୟଣମହାନ୍ତି): ଆଜି ଚନ୍ଦାହାଣ୍ଡିବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ ଚୈନୁ ଗଣ୍ଡଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୦ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ସହାୟତା କାର୍ଡ ପ୍ରଦାନ କରାଯାଇଥିଲା।

Related posts

ଜୁନାଗଡ଼ ରେ ଭାଜପା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

ପରିବେଶ ସଚେତନତା ଶିବିର ଅନୁଷ୍ଠିତ

masiha

କଳାହାଣ୍ଡି କୁମ୍ଭାର ସମାଜ ର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ସମାଜର ଉନ୍ନତି ପାଇଁ ସମସ୍ତେ ଏକଜୁଟ୍ ହୋଇ କାମ କରିବାକୁ ଆହ୍ୱାନ୍

Sunil Chandra Nayak

Leave a Comment

error: Content is protected !!