ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦାହାଣ୍ଡିଠାରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ଚନ୍ଦାହାଣ୍ଡିଠାରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:(ତା ୩୦.୩.୨୦୨୬)(ରବିନାରାୟଣମହାନ୍ତି): ଆଜି ଚନ୍ଦାହାଣ୍ଡିବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ ଚୈନୁ ଗଣ୍ଡଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୦ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ସହାୟତା କାର୍ଡ ପ୍ରଦାନ କରାଯାଇଥିଲା।

Related posts

କଳାହାଣ୍ଡି ଜିଲ୍ଲା ମା ମାଣିକେଶ୍ବରୀ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ବୈଠକ ଅନୁଷ୍ଠିତ

masiha

କାଳ ବୈଶାଖୀ ତାଣ୍ଡବ ଗୋବର୍ଲା ବିଦ୍ୟାଳୟରୁ ଉଡିଲା ଛାତ

Sunil Chandra Nayak

ଶାନ୍ତି ଶକ୍ତି ଭଵନରେ ପ୍ରଜାପିତା ବ୍ରହ୍ମା ବାବାଙ୍କ ଅବ୍ୟକ୍ତ ସ୍ମୃତି ଦିବସ ପାଳିତ

masiha

Leave a Comment

error: Content is protected !!