ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ବାଲିଗୁଡା, ତା, ୩୧/୦୩: (ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଚୈତ୍ର ମାସର ଚତୁର୍ଥ ତଥା ଶେଷ ମଙ୍ଗଳବାର ଯାତ୍ରା ଉଦଯାପିତ ହୋଇଯାଇଛି | ଏହି ଅବସରରେ ମା’ ପାଟଖଣ୍ଡା ପଦ୍ମ ଫୁଲ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ଚୈତ୍ର ମାସର ଶେଷ ମଙ୍ଗଳବାର ହୋଇଥିବା ଯୋଗୁଁ ସମଗ୍ର କନ୍ଧମାଳ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଶତାଧିକ ଭକ୍ତ ମାନେ ଆସି ମା ‘ଙ୍କ ଦର୍ଶନ କରିଥିଲେ | ପ୍ରତ୍ୟୁଷରୁ ମା’ ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା’ଙ୍କର ଏହି ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ | ମାନସିକ ଧାରୀ କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା l ଏ ନେଇ ମନ୍ଦିର ପରିଚାଳନା କମିଟି ଓ କେତେକ ଭକ୍ତ ଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା l କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

ପାରମ୍ପାରିକ ବାଲିଯାତ୍ରା ଅମଲଭଟ୍ଟା ରେ ଉଦଯାପିତ

Sunil Chandra Nayak

ବିଶ୍ଵଶାନ୍ତି ପାଇଁ ନାମଯଜ୍ଞ, ସାତ ଖଣ୍ଡ ଗ୍ରାମର ଧର୍ମପ୍ରାଣ ବ୍ୟକ୍ତି ଙ୍କ ସହଯୋଗ

Sunil Chandra Nayak

ବିମାନରେ ରାଧାକୃଷ୍ଣଙ୍କ ନଗର ପରିକ୍ରମା 

masiha

Leave a Comment

error: Content is protected !!