ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶା ଦିବସ’ ପାଳନ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ପ୍ରଦେଶ ଗଠର ରେ ମୂଖ୍ୟ ଭୂମିକା ଗ୍ରହଣ କରିଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ

ଓଡ଼ିଶା ଦିବସ’ ପାଳନ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ପ୍ରଦେଶ ଗଠର ରେ ମୂଖ୍ୟ ଭୂମିକା ଗ୍ରହଣ କରିଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ

ବିଜୁ ଜନତା ଦଳ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ୯୦ ବର୍ଷ ପୂର୍ତ୍ତିକୁ ସାରା ରାଜ୍ୟରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛି । ସେହି ଅନୁକ୍ରମେ ଆଜି ‘ଓଡ଼ିଶା ଦିବସ’ ପାଳନ ଅବସରରେ କଳାହାଣ୍ଡି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ନିର୍ବାହ କରିଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଦେବା ସହ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସେହିଭଳି ଭବାନୀପାଟଣାର ବିଭିନ୍ନ ଛକ ରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରାଯାଇଥିଲା। ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣି ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ସେହିପରି ମହାତ୍ମା ଗାନ୍ଧୀଜୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ଡଃ ବି ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରି ତାଙ୍କୁ ବିଜେଡି ନେତା ମାନେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ନଗରପାଳ ବିଷ୍ଣୁ ପ୍ରଧାନ, ବରିଷ୍ଠ ବିଜେଡି ନେତା ଭବାନୀ ଶଙ୍କର ମିଶ୍ର, ଜିତେନ୍ଦ୍ର ମହାନ୍ତି, ପ୍ରଦୀପ ମୁଣ୍ଡ, ସାଧାରଣ ସମ୍ପାଦକ ଧର୍ମେନ୍ଦ୍ର ନାଏକ, ପୂର୍ବତନ ନଗରପାଳ ଆଦିତ୍ୟ ନନ୍ଦ, ଜିଲ୍ଲା ଯୁବ ବିଜେଡି ସଭାପତି ଅବିନାଶ ଠାକୁର, ମହିଳା ଜୋନ ସଭାପତି ଲଳିତା ନାଏକ, ରାଜ୍ୟ ବରିଷ୍ଠ ଯୁବ ଉପସଭାପତି ମଣ୍ଟୁ ନାଏକ, ରାଜ୍ୟ ଯୁବ ବିଜେଡି ଉପସଭାପତି ମନିନ୍ଦ୍ର ମହାନ୍ତି, ଟାଉନ ସଭାପତି ଧବଳେଶ୍ଵର ମହାପାତ୍ର, ସାମନ୍ତ ଖମାରୀ, ସେନାପତି ନାଏକ, ପରମାନନ୍ଦ ମାଝୀ, ତ୍ରିଲୋଚନ ପାଣିଗ୍ରାହୀ, ଶିବା ସାହୁ, କ୍ଷିରସିନ୍ଧୁ ନାଏକ , ରଞ୍ଜୁକ୍ତା ପ୍ରଧାନ, ଦିନେଶ ସାହୁ, ନିହାର ମିଶ୍ର, ଜଜାତି ନାୟକ, ଦିନେଶ ବଗର୍ତ୍ତି, ସେଖ୍ ମୁନାବର, ଉତ୍ପଳ ଦାସ, ମହେନ୍ଦ୍ର ରାଉତ, ପିତବାସ ବେହେରା, ମାନସ ସିନ୍ଦୂର, ଭୋଳାନାଥ ନାଗ, ମଧୁ ନାଗ, ଅମିତ ଯାଦବ ପ୍ରମୁଖ ଯୋଗଦେଇଥିଲେ।

Related posts

ଜୁନାଗଡ଼ ହାଇସ୍କୁଲ ୧୯୭୧ ବ୍ୟାଚ ବନ୍ଧୁ ମିଳନ ଅନୁଷ୍ଠିତ 

masiha

ଓଡିଶା ପଛୁଆ ବର୍ଗ ଲୋକଙ୍କର ସାମାଜିକ, ଶିକ୍ଷାର ସ୍ଥିତିର ସର୍ଭେ ନିମନ୍ତେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ଜୁନାଗଡ଼ ସାମ୍ବାଦିକ ସଂଘର ଜାତୀୟ ପ୍ରେସ ଦିବସ ପାଳିତ

masiha

Leave a Comment

error: Content is protected !!