ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉମରକୋଟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ଉମରକୋଟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର :(ତା ୧୩.୦୪.୨୦୨୬(ରବିନାରାୟଣମହାନ୍ତି)ଆଜି ଉମରକୋଟ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୦୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଜିଲ୍ଲାପାଳ ଏହା ପରେ ପରେ ଓଡ଼ିଆ ପକ୍ଷ ୨୦୨୬ ପାଳନ ଅବସରରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ “ଆମ ରୁଚି ଆମ ଖାଦ୍ୟ” କାର୍ଯ୍ୟକ୍ରମ ରେ ଯୋଗ ଦେଇ ପାରମ୍ପରିକ ଖାଦ୍ୟ ଷ୍ଟଲ ପରିଦର୍ଶନ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଡାବୁଗାଁ ସରକାରୀ (ଏସ୍ ଏସ୍ ଡି )ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ ଡାବୁଗାଁ ସରକାରୀ (ଏସ୍ ଏସ୍ ଡି )ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ 

masiha

ଓଡ଼ିଶାର ପ୍ରଥମ ପ୍ରତ୍ନତତ୍ତ୍ୱବିତ ପଦ୍ମଶ୍ରୀ ପରମାନନ୍ଦ ଆଚାର୍ଯ୍ୟଙ୍କ ଜୟନ୍ତୀ ଉତ୍ସବ 

Sunil Chandra Nayak

ଆମପାଣି ଠାରେ ବିଜୁ ଏକ୍ସପ୍ରେସ ୱେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Sunil Chandra Nayak

Leave a Comment

error: Content is protected !!