ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡିଆ ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ

ଓଡିଆ ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ

ଭବାନୀପାଟଣା :ଓଡିଆ ପକ୍ଷ ୨୦୨୬ ପାଳନ ଅବସରରେ ଆଜି କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ କଳାହାଣ୍ଡି ମାଳବିକା ଦେବୀ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଓଡିଆ ପକ୍ଷ ପାଳନ ଓ ଆମ ରୁଚି ଆମ ଖାଦ୍ୟ,ଓଡିଶାର ପରମ୍ପରା ସମ୍ପର୍କରେ ଆଲୋକପାତ କରିଥିଲେ। ଏଥିରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ପ୍ରଧାନ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାଂଶୁ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା କ୍ରିଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ, ଭା.ଜ.ପା. ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ,ବ୍ଲକ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧ ଛତ୍ରିଆ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ଭା.ଜ.ପା. ଜିଲ୍ଲା ସମ୍ପାଦକ ଜୟ ଶଙ୍କର ନାଏକ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ମିଶନ ଶକ୍ତି ର କର୍ମକର୍ତ୍ତା/ସଭ୍ୟା,ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ।ଏହି କାର୍ଯ୍ୟକ୍ରମରେ ଓଡିଆ ଘରର ପାରମ୍ପରିକ ପିଠାପଣା ପ୍ରଦର୍ଶନୀ ଏବଂ ସମସ୍ତଙ୍କ ପାଇଁ ସ୍ୱତନ୍ତ୍ର ଦହି,ପଖାଳ,ବଡି,ଶାଗ ଇତ୍ୟାଦି ଖାଇବାର ବ୍ୟବସ୍ଥା କରାଯାଇ ଥିଲା।ଜିଲ୍ଲା ସଂସ୍କୃତି ଅଧିକାରୀ, ସ୍ଥାନୀୟ ବି.ଡି.ଓ. ଏବଂ ସମାଜ କଲ୍ୟାଣ ଅଧିକାରୀଙ୍କ ତତ୍ତ୍ଵାବଧାନରେ ସମସ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବରିଷ୍ଠ ଶିକ୍ଷକ ବିରଞ୍ଚି ନାରାୟଣ ମୁଣ୍ଡ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସଡ଼କ ସୁରକ୍ଷା ସପ୍ତାହ ଅଵସର ରେ ଖାତିଗୁଡା ପୋଲିସ ଇନ୍ଦ୍ରାବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ଦ୍ଵାରା ଦେଲା ସଚେତନତା ର ବାର୍ତ୍ତା 

Sunil Chandra Nayak

ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

Sunil Chandra Nayak

ବିଜ୍ଞାନ ପ୍ରଯୁକ୍ତିବିଦ୍ୟା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟି ର ୫ ଦିନିଆଁ କେରଳ, କର୍ଣ୍ଣାଟକ, ତାମିଲନାଡୁ ଗସ୍ତ ,ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସାମିଲ 

masiha

Leave a Comment

error: Content is protected !!