ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଂଚାଇବା ପାଇଁ ହୋଇଛି ଆଲୋଚନା

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଂଚାଇବା ପାଇଁ ହୋଇଛି ଆଲୋଚନା

ଭୂବନେଶ୍ୱର,(ଲିପିକା ରାଣୀ ରାଉତ )ତା.୧୯/୦୪: ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପାର୍ଟିର ସାଂଗଠନିକ ଦୃଷ୍ଟିକୋଣରୁ ବୁଥ କମିଟି ଠାରୁ ଆରମ୍ଭ କରି ମଣ୍ଡଳ କମିଟି ଓ ଜିଲ୍ଲା କମିଟି ପର୍ଯ୍ୟନ୍ତ ବିସ୍ତୃତ ଆଲୋଚନା କରାଯାଇଥିଲା । ପାର୍ଟୀ ପ୍ରତିଷ୍ଠା ଦିବାସ, ଆମ୍ବେଦକର ଜୟନ୍ତୀ ଏବଂ ବିଶେଷ ଭାବେ ସଂପ୍ରତି ଚାଲୁ ରହିଥିବା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନର ସମୀକ୍ଷା କରାଯାଇଥିଲା । ମଣ୍ଡଳସ୍ତରୀୟ ପ୍ରଶିକ୍ଷଣ ପ୍ରାୟ ସଫଳତାର ସହ ସମାପ୍ତ ହୋଇସାରିଛି ଏବଂ ବର୍ତ୍ତମାନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରକୁ ସଫଳ କରିବା ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା । ଆସନ୍ତା ମେ ୧ ତାରିଖରୁ ମାସ ଶେଷ ସୁଦ୍ଧା ରାଜ୍ୟର ୩୭ଟି ସାଙ୍ଗଠନିକ ଜିଲ୍ଲାରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ ସୂଚନା ଦେଇଛନ୍ତି ।

ବୈଠକ ସଂପର୍କରେ ସୂଚନା ଦେଇ ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟିର ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଥାଏ । ସେ ଦୃଷ୍ଟିରୁ ଆଜି ପାର୍ଟିର ସମସ୍ତ ରାଜ୍ୟ ପଦାଧିକାରୀ ଏବଂ ଜିଲ୍ଲା ପ୍ରଭାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ଶ୍ରମତୀ ପ୍ରଭାରୀ ପରିଡା, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତିଙ୍କ ସମେତ ସମସ୍ତ ରାଜ୍ୟ ପଦାଧିକାରୀ ଏବଂ ଜିଲ୍ଲା ପ୍ରଭାରୀମାନେ ଉପସ୍ଥିତ ଥିଲେ ।

ସଙ୍ଗଠନକୁ ବୁଥ୍ ସ୍ତର ପର୍ଯ୍ୟନ୍ତ ସଶକ୍ତ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ମନ୍ କି ବାତ୍ କାର୍ଯ୍ୟକ୍ରମକୁ ପ୍ରତ୍ୟେକ ମଣ୍ଡଳ ଓ ବୁଥ ସ୍ତର ପର୍ଯ୍ୟନ୍ତ ପହଂଚାଇବା ପାଇଁ ବିସ୍ତୃତ ଆଲୋଚନା ହୋଇଛି । ସେହିପରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଂଚାଇବା ପାଇଁ ମଧ୍ୟ ଆଲୋଚନା ହୋଇଛି ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି ।

Related posts

ଆସନ୍ତା ୨୭ ରେ ବି ଜେ ପି ରାଜ୍ୟ ସଭାପତି ଙ୍କ ଜୁନାଗଡ଼ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ 

Sunil Chandra Nayak

କେନ୍ଦ୍ରର ବିଜେପି ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ବନ୍ଦ କରିବା ବିରୋଧରେ ଜାମଦା ବିଜେଡି ବ୍ଳକ ସ୍ତରୀୟ ବିକ୍ଷୋଭ ଓ ଗଣ ଧାରଣା

Sunil Chandra Nayak

କଂଗ୍ରେସ ପ୍ରାର୍ଥୀଙ୍କ ପ୍ରଚାର ଦେଖି ଅନ୍ୟ ଦଳ ମାରୁଅଛି ଆଖି  

masiha

Leave a Comment

error: Content is protected !!