ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନୂଆପଡା, ତା ୨୦/୦୪-  ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ମଧୁସୁଦନ ଦାଶଙ୍କ ସହ ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, ବନଖଣ୍ଡ ଅଧିକାରୀ (କେନ୍ଦୁପତ୍ର) କେ ମାଧବୀଲତା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ l 

ଆଜିର ଶିବିରରେ ୧୭ଗୋଟି ବ୍ୟକ୍ତିଗତ ଓ ୮ଟି ଗୋଷ୍ଠିଗତ ଏଭଳି ମୋଟ ୨୫ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ଜଣେ ଅସହାୟ ମହିଳାଙ୍କୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ତତ୍କାଳୀନ ସହାୟତା ପ୍ରଦାନ କରିଥିଲେ। 

ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ଗୋଟିଏ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରା ଯାଇଥିଲା । ଏହି ଅବସରରେ ସୁନାପୁର ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛ ଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନ ଟିଏ, ପ୍ରାଣୀ ପାଇଁ ଦିନ ଟିଏ ଓ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ ପାଇଁ ଦିନଟିଏ ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା l

 ବିଘ୍ନରାଜ ତାଣ୍ଡି ଙ୍କ ରିପୋର୍ଟ ମସିହା 

Related posts

ପ୍ରଫେସର ସତ୍ୟ ପଟ୍ଟନାୟକଙ୍କୁ ‘ଗଙ୍ଗାଧର ମେହେର ସାହିତ୍ୟ ସମ୍ମାନ–୨୦୨୬’

Sunil Chandra Nayak

ଦୀର୍ଘସ୍ଥାୟୀ ବିକାଶ ସ୍ଥାନୀୟକରଣ ପରିପ୍ରେକ୍ଷୀରେ ଦାରିଦ୍ର୍ୟ ମୁକ୍ତ ତଥା ଉନ୍ନତି ଜୀବିକା ଯୁକ୍ତ ଗ୍ରାମ ପଞ୍ଚାୟତ ଗଠନ ଏବଂ ଗ୍ରାମ ପଞ୍ଚାୟତର ନିଜସ୍ଵ ସମ୍ବଳ ବୃଦ୍ଧି

Sunil Chandra Nayak

ରାଇରଙ୍ଗପୁର ତହସିଲଦାରଙ୍କ ସରକାରୀ ଗୃହରେ ନାଗସାପ ଓ ଛୁଆ ଉଦ୍ଧାର

Sunil Chandra Nayak

Leave a Comment

error: Content is protected !!