ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା  ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ବିପର୍ଯ୍ୟସ୍ତ: ବିଜେଡି

ବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା 

ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ବିପର୍ଯ୍ୟସ୍ତ: ବିଜେଡି

ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଘଟଣାସ୍ଥଳକୁ ଯାଇ ସବିଶେଷ ତଥ୍ୟ ସଂଗ୍ରହ କରିବ

ଅଭିଯୁକ୍ତକୁ ଗିରଫ କରି ତୁରନ୍ତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ

ଭୁବନେଶ୍ୱର,(ଲିପିକା ରାଣୀ ରାଉତ)୨୧/୦୪/୨୦୨୬: ପୁରୀ ଜିଲ୍ଲାର ବ୍ରହ୍ମଗିରି ଅଞ୍ଚଳରେ ଜଣେ ୬ ବର୍ଷର ଶିଶୁକୁ ଦୁଷ୍କର୍ମ ହୋଇଥିବା ଘଟଣା ଲୋକଲୋଚନକୁ ଆସିବା ପରେ, ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଭିଯୋଗ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ ।

ବିଜୁ ଜନତା ଦଳର ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ସଞ୍ଜୟ ଦାସବର୍ମା ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ଶିଶୁକୁ ଦୁଷ୍କର୍ମ ଘଟଣାରେ ଉଦ୍ବେଗ ପ୍ରକାଶ କରିଛନ୍ତି । ଶ୍ରୀ ଦାସବର୍ମା କହିଥିଲେ, ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ଏହାକୁ ନେଇ ବିଜେଡି ଓ ଅନ୍ୟ ବିରୋଧୀ ଦଳ ମାନେ ବାରମ୍ୱାର ସ୍ୱର ଉତ୍ତୋଳନ କରିଆସୁଥିଲେ ମଧ୍ୟ ସରକାର ବିହିତ କାର୍ଯ୍ୟାନୁଷ୍ଠାନ ନେବାରେ ସଫଳ ହୋଇନାହାନ୍ତି । ରାଜ୍ୟର ପର୍ଯ୍ୟଟନସ୍ଥଳୀ ଗୁଡିକରେ ଏଭଳି ଘଟଣାମାନ ବାରମ୍ୱାର ଦେଖିବାକୁ ମିଳୁଛି । ବ୍ରହ୍ମଗିରି ଅଞ୍ଚଳରେ ଥିବା ଚିଲିକା ଅନ୍ୟ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ । ଏହିଭଳି ଘଟଣା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ଉପରେ ନକାରାତ୍ମକ ପ୍ରଭାବ ପଡୁଛି । ତେଣୁ ଏହି ଘଟଣାକୁ ଗୁରୁତର ସହ ନେଇ ପୋଲିସ ତୁରନ୍ତ ଅଭିଯୁକ୍ତକୁ ଗିରଫ କରିବା ସହିତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ ।

ଶ୍ରୀ ଦାସବର୍ମା କହିଥଲେ, ଘଟଣା ସମ୍ୱନ୍ଧରେ ସମସ୍ତ ବିବରଣୀ ସଂଗ୍ରହ କରିବା ପାଇଁ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ଘଟଣାସ୍ଥଳକୁ ଯାଇ ଓ ପୀଡ଼ିତାଙ୍କୁ ଭେଟି ସମସ୍ତ ତଥ୍ୟ ସଂଗ୍ରହ କରିବ । ଏହାପରେ ବିଜେଡି ତାର ମତ ରଖିବ ।

Related posts

ନାରୀ ନିର୍ଯାତନା,୬୦ ହଜାର ମହିଳା ନିଖୋଜ ନେଇ ରାଇରଙ୍ଗପୁରରେକଂଗ୍ରେସ ଦଳ ତରଫରୁ ମଶାଲ ଶୋଭାଯାତ୍ରା 

masiha

କନ୍ଧମାଳରେ ୧୭ ଜଣ କଂଗ୍ରେସ କର୍ମୀଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ପାଇଁ ଚିଠି ଲେଖିଲେ ରାଜ୍ୟ ସଭାପତି

ରାଜନଗରରେ ଧୃଵଙ୍କ ବାଜିମାତ୍ କୁ ଇତିହାସ ସୃଷ୍ଟି କଲେ ବିଜେପିର ବୈଜୟନ୍ତ

masiha

Leave a Comment

error: Content is protected !!