ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

ଡାବୁଗାଁ, ୨୨/୪ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବିଡିଓ ଙ୍କ ପ୍ରକୋଷ୍ଠରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଙ୍କ ଅଧ୍ୟକ୍ଷତା ରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଞ୍ଚାୟତରାଜ ଦିବସ କିପରି ଭାବେ ପାଳନ କରାଯିବ ଓ ଉକ୍ତ ଦିବସ ଦିନ ସନ୍ଧ୍ୟା ୬ ଘ ସମୟରେ ଭିଡିଓ କନଫରେନ୍ସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଙ୍କ ଅଭିଭାଷଣ, ଅନ୍ତଦ୍ୟୋୟ ଗୃହ ଯୋଜନା ରେ ହିତାଧିକାରୀ ମାନଙ୍କୁ ଗୃହର କାର୍ଯ୍ୟାଦେଶ ବଣ୍ଟ, ଯେଉଁ ହିତାଧିକାରୀ ମାନେ ୬ ମାସ ମଧ୍ୟରେ ଗୃହ କାର୍ଯ୍ୟ ସମ୍ପୂର୍ଣ୍ଣ କରିଛନ୍ତି ସେମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ୧୦ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ବଣ୍ଟନ କରାଯିବା ନେଇ ଆଲୋଚନା କରାଯାଇଥିଲା । ଏହି ବୈଠକ ରେ ଡାବୁଗାଁ ବିଡିଓ ସମୀର ପାତ୍ର, ଜିଲା ପରିଷଦ ସଭ୍ୟ ଗୁପ୍ତ ଵିଶୋଇ, ବ୍ଲକ ବିଜେଡ଼ି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଭାଜପା ଡାବୁଗାଁ ମଣ୍ଡଳ ସଭାପତି ମୋନୋଜ ପାତ୍ର , ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ସୁଭାସିଷ ସାହୁ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଅଙ୍ଗନୱାଡି ସୁପରଭାଇଜର ପ୍ରଣମିତା ପଟ୍ଟନାୟକ ଓ ସାଇରା ବାନୁ ଏବଂ ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଏଡିଓ ପ୍ରମୁଖ ଉପସ୍ଥିତ ଥିଲେ | ଉକ୍ତ ବୈଠକକୁ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ସରସ୍ବତୀ ପୂଜା ଉପଲକ୍ଷେ ଲୋକ କଳା ଉତ୍ସବ ପାଳନ

Sunil Chandra Nayak

ଗୁଣପୁରରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

masiha

ମୁସଲମାନ ଧର୍ମାବଲମ୍ବୀ ଙ୍କ ପବିତ୍ର ରମଜାନ ମାସ   

Sunil Chandra Nayak

Leave a Comment

error: Content is protected !!