ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ତିନୋଟି ପୁରୁଣା ଚୋରି କେଶରେ ଫେରାର ଥିବା ଆସାମୀ ଗିରଫ  

ତିନୋଟି ପୁରୁଣା ଚୋରି କେଶରେ ଫେରାର ଥିବା ଆସାମୀ ଗିରଫ  

କନ୍ଧମାଳ , ତା,୨୩/୦୪: (ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ପୋଲିସ ଜଣେ ପୁରୁଣା ଚୋରି କେସରେ ଅଭିଯୁକ୍ତକୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି I ଘଟଣା ରୁ ପ୍ରକାଶ ଯେ, ଟିକାବାଲି ଥାନା ଶଙ୍କରାଖୋଲା ଗ୍ରାମର ଗୋକୁଳାନନ୍ଦ ପ୍ରଧାନ ଙ୍କ ପୁଅ ପ୍ରଭାକର ପ୍ରଧାନ,(୪୩) ପୂର୍ବରୁ ତିନୋଟି ଚୋରି ମାମଲାରେ କେଶ ନଂ.୧୫୮/୧୮ ଜି. ଉଦୟଗିରି ଥାନା, ୪୯୬/୧୮ ବାଲିଗୁଡା ଥାନା, ୨୦୪/୨୦ ହିଞ୍ଜିଳିକାଟୁ ଥାନାରେ ଅଭିଯୁକ୍ତ ହୋଇ ପୋଲିସ ହାତରୁ ଖସି ଫେରାର ଥିଲେ I ଗୁରୁବାର ଟିକାବାଲି ପୋଲିସ ଥାନା ଅଧିକାରୀ ସମୀର କୁମାର ବେହେରା ଙ୍କ ନେତୃତ୍ୱରେ ଏଏସଆଇ ଅବନୀ ପ୍ରଧାନ ଓ ପଞ୍ଚାନନ ମଲିକ ସହଯୋଗରେ ସଦଳବଳ ଅଭିଯୁକ୍ତ ପ୍ରଭାକର ପ୍ରଧାନଙ୍କୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟ କୁ ଚାଲାଣ କରିଛନ୍ତି I

ସଂଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

କୂଅ ଭିତରୁ ବିବାହିତ ମହିଳା ଙ୍କ ମୃତ ଦେହ ଉଦ୍ଧାର…. ହତ୍ୟା ନା ଆତ୍ମହତ୍ୟା କାରଣ ଅପଷ୍ଟ

masiha

ଅବକାରୀ ଓ ପୋଲିସର ମିଳିତ ଚଢ଼ାଉ 100ଲି ମଦ ଜବତ, 1500ଲି ପୋଚ ନଷ୍ଟ 

Sunil Chandra Nayak

ନିଜ ଲୁଙ୍ଗି ଲଗାଇ ପାଗଳ ବ୍ୟକ୍ତି ଜଣକ ଗଛ ଉପରେ ଝୁଲି ଆତ୍ମହତ୍ୟା 

masiha

Leave a Comment

error: Content is protected !!