ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଜ୍ୟ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ

ରାଜ୍ୟ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ

ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା (MGNREGS) ର ସଫଳ ରୂପାୟନ କ୍ଷେତ୍ରରେ ସୁନ୍ଦରଗଡ଼ ଜିଲ୍ଲା ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଶ୍ରେଷ୍ଠ ଜିଲ୍ଲା ଭାବେ ପୁରସ୍କୃତ ହୋଇଛି। 

ଗତକାଲି ବଲାଙ୍ଗୀରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କଠାରୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି। ଏହି ସଫଳତା ପାଇଁ ଜିଲ୍ଲାକୁ ୧୨ ଲକ୍ଷ ଟଙ୍କାର ଅର୍ଥରାଶି ଓ ମାନପତ୍ର ପ୍ରଦାନ କରାଯାଇଛି।

ଏହା ସହିତ ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବ୍ଲକ ମଧ୍ୟ ରାଜ୍ୟର ଶ୍ରେଷ୍ଠ ବ୍ଲକ ଭାବେ ବିବେଚିତ ହୋଇ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ହାସଲ କରିଛି। ଜିଲ୍ଲା ପ୍ରଶାସନ ଓ ତୃଣମୂଳ ସ୍ତରର ପ୍ରତିନିଧିଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ ଆଜି ସୁନ୍ଦରଗଡ଼ ବିକାଶର ନୂଆ ପରିଚୟ ସୃଷ୍ଟି କରିପାରିଛି।

ରିପୋର୍ଟ ସୁନ୍ଦରଗଡ଼ ରୁ ଟୋନିସ ରୋହିଦାସ

Related posts

୮ ରେ କୃଷକ ଆନ୍ଦୋଳନ, ଅନିର୍ଦ୍ଧିଷ୍ଟ କାଳ ଯାଏଁ ଦୋକାନ ବଜାର ଅଖଚକ ବନ୍ଦ,ଆବଶ୍ୟକ ପଦକ୍ଷେପ ପାଇଁ ଦାବି

ଭାରତର ସ୍ବାଧୀନତା ସଂଗ୍ରାମର ମହାନ୍ କ୍ରାନ୍ତିକାରୀ ଶହୀଦ ଭଗତ ସିଂହ, ସୁକଦେବ ଓ ରାଜଗୁରୁଙ୍କ ୯୨ ତମ ଫାଶୀ ଦିବସ ଡିୱାଇଏଫଆଇ,ଏସଏଫଆଇ ଓ ଶହୀଦ ଭଗତ ସିଂହ ସ୍ମୃତି କମିଟି ପକ୍ଷରୁ ପାଳିତ

Sunil Chandra Nayak

ସରକାରୀ ଉଚ୍ଚ ବିଦ୍ୟାଳୟ, ଭଟାଙ୍ଗପଦର   ‘ଆମ ସଂସ୍କୃତି ଆମ ଖେଳନା’ ଶୀର୍ଷକ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ

masiha

Leave a Comment

error: Content is protected !!