ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୁଖ୍ୟ ଶାସନ ସଚିବ ଙ୍କ ଅଧ୍ୟକ୍ଷତାରେ ପୁରୀ ରଥଯାତ୍ରା -୨୦୨୬ ସମୀକ୍ଷା ବୈଠକ ରଥଯାତ୍ରାର ଯଥେଷ୍ଟ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ

ମୁଖ୍ୟ ଶାସନ ସଚିବ ଙ୍କ ଅଧ୍ୟକ୍ଷତାରେ ପୁରୀ ରଥଯାତ୍ରା -୨୦୨୬ ସମୀକ୍ଷା ବୈଠକ

ରଥଯାତ୍ରାର ଯଥେଷ୍ଟ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର ତା- ୨୫.୦୪.୨୦୨୬ — ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ଯକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଆଗାମୀ ଜୁଲାଇ ମାସରେ ହେବାକୁ ଥିବା ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ପୂର୍ବ ବୈଠକଗୁଡ଼ିକରେ ନିଆଯାଇଥିବା ନିଷ୍ପରିର କେତେଦୂର କାର୍ଯ୍ୟକାରୀ ହୋଇଛି ସେ ସମ୍ପର୍କରେ ସମୀକ୍ଷା କରାଯିବା ସହ ଆଗାମୀ ପ୍ରସ୍ତୁତି ଓ କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା । ବୈଠକରେ ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ସମସ୍ତ ପ୍ରକାର ପ୍ରସ୍ତୁତି ସାରିବାକୁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭିନ୍ନ ବିଭାଗ ଓ ସଂସ୍ଥାମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

ବୈଠକରେ ଗୃହ(ସ୍ବରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ, ଆଇନ୍ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ପବିତ୍ର ମୋହନ ସାମଲ, ଅତିରିକ୍ତ ଆରକ୍ଷୀ ନିର୍ଦ୍ଦେଶକ(ଆଧୁନିକୀକରଣ ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଜିଲ୍ଲାପାଳ, ପୁରୀ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପୁରୀ ଶ୍ରୀ ପ୍ରତୀକ ସିଂ ଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।ରଥଯାତ୍ରାରେ ରଥଟଣା କିପରି ଶୃଙ୍ଖଳିତ ଭାବେ ହୋଇପାରିବ, ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା । ରଥ କର୍ଜନ ଭିତରକୁ ପାସ୍‌ ଧାରୀଙ୍କ ପ୍ରବେଶ ଅଧିକ ରହୁଥ‌ିବାରୁ ରଥ ଟଣାରେ ଅସୁବିଧା ଉପଜଛି । ଏଥିପାଇଁ ଏଥର କର୍ତନ ପାସ୍‌ ସଂଖ୍ୟା ବହୁ ସଂଖ୍ୟାରେ କମାଇବା ପାଇଁ ଆଲୋଚନା କରାଯାଇଥିଲା । ବୈଠକରେ ରଥ ନିର୍ମାଣ ଓ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ପାଢୀ ସୂଚନା ଦେଇଥିଲେ । ଅପ୍ରେଲ ୨୦ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ ଅନୁକୂଳ ଆରମ୍ଭହୋଇଛି । ରଥ ନିର୍ମାଣ ଅଗ୍ରଗତି ତଦାରଖ କରିବା ପାଇଁ ଏକ ବୈଷୟିକ କମିଟି ରହିଛି । ଏହି କାର୍ଯ୍ୟ ନିୟମିତ ଅନୁଧ୍ୟାନ କରାଯିବା ନେଇ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ ।

ରଥ ନିର୍ମାଣ ପାଇଁ ଆବଶ୍ୟକ ୮୬୫ ଖଣ୍ଡ କାଠ ମଧ୍ୟରୁ ୫୭୬ ଟି ସଂଗ୍ରହ ସରିଛି ଓ ଆବଶ୍ୟକ ସଂଗ୍ରହ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ନେଇ ଶ୍ରୀମନ୍ଦିର ପ୍ରଶାସକ ସୂଚନା ଦେଇଥିଲେ । ରଥ ଦଉଡି ଯେପରି ମଜବୁତ୍ ରୁହେ, ସେଥ୍ପ୍ରତି ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓବିସିସି ପକ୍ଷରୁ ନିର୍ମାଣାଧନ ଜଗନ୍ନାଥ ବଲ୍ଲବ ତୀର୍ଥଯାତ୍ରୀ କେନ୍ଦ୍ର, ଆଚାର୍ଯ୍ୟ ହରିହର ଛକର ପୁନଃ ବିକାଶ, ଦିଗବାରେଣୀ ଠାରେ ବହୁତଳ ପାକିଂ ବ୍ୟବସ୍ଥା, ଯାତ୍ରିକା ପାକିଂ-୧ ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି ।

ଲିପିକା ରାଣୀ ରାଉତ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ ପଞ୍ଚାୟତ ସମିତି ର ସଧାରଣ ବୈଠକ ଅନୁଷ୍ଠିତ 

masiha

ଲାଠିକଟା ଅଞ୍ଚଳରେ ତ୍ରିରଙ୍ଗା ଯାତ୍ରା

Sunil Chandra Nayak

ନିର୍ମାଣର ବର୍ଷେ ହୋଇନି ରାସ୍ତାରୁ ଉଠିଲା ପିଚୁ ଓ ଚିପ୍ସ, ନିମ୍ନ ମାନର କାର୍ଯ୍ୟ ଅଭିଯୋଗ

masiha

Leave a Comment

error: Content is protected !!