ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ 

ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ 

ଡାବୁଗାଁ, ୨/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ହିତାଧିକାରୀ ମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ | ଏଥିରେ ମଧୁବାବୁ ପେନସନ ଯୋଜନା ଓ ଇନ୍ଦିରାଗାନ୍ଧୀ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ମୋଟ ୨୧୦ ଜଣ ନୂତନ ହିଦାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରାଯାଇଛି | ଏଥିରେ ଅନ୍ୟ ଅତିଥି ଭାବେ ଜିଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ଲିଙ୍ଗରାଜ ଭତ୍ରା, ଡାବୁଗାଁ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ସାଂସଦ ପ୍ରତିନିଧି ରାଜଶେଖର ରାଓ, ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ଶୁଭଜିତ ପାଣିଗ୍ରାହୀ, ଭାଜପା ଡାବୁଗାଁ ମଣ୍ଡଳ ସଭାପତି ମାଜୋଜ ପାତ୍ର, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ସମସ୍ତ ସରପଞ୍ଚ, ଏଡିଓ, ଜିଆରଏସ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

masiha

ରାଇରଙ୍ଗପୁର:ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୋଧରେ କଂଗ୍ରେସର ପ୍ରତିବାଦ ସଭା ସହ ମୁଖ୍ୟମନ୍ତ୍ରୀ ଏବଂ ୫ ଟି ସଚିବଙ୍କ କୁଶପୁତ୍ତଳିକା ଦାହ

masiha

କଲମପୁର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!