ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନୂଆପଡ଼ା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନୂଆପଡା, ତା ୦୪/୦୫,(ସୁଜିତ କୁମାର ପ୍ରଧାନ ) ନୂଆପଡା ଜିଲ୍ଲା ସଦରମହକୁମା ସ୍ଥିତ ସଦଭାବନା ସଭାଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଜିଲ୍ଲାପାଳଙ୍କ ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଆମ୍ରିତପାଲ ସିଂ, ବନଖଣ୍ଡ ଅଧିକାରୀ (ବନ୍ୟପ୍ରାଣୀ), ସମୀର କୁମାର ସାହୁ, ବନଖଣ୍ଡ ଅଧିକାରୀ, (କେନ୍ଦୁପତ୍ର) ଏ ମାଧବୀଲତା, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ଦ୍ବାରିକାନାଥ ଶତପଥୀ, ନୂଆପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ତାରେଶ୍ୱରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ସୋମବାର ଶିବିରରେ ୬୭ଗୋଟି ବ୍ୟକ୍ତିଗତ ଓ ୧୪ଟି ଗୋଷ୍ଠୀଗତ ଏଭଳି ମୋଟ ୮୩ ଗୋଟି ଅଭିଯୋଗର ଶୁଣାଣୀ ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ l ଏହି ଅବସରରେ, ଜିଲ୍ଲାପାଳ ଜଣେ ବ୍ୟକ୍ତିଙ୍କୁ ୧୦ ହଜାର ଟଙ୍କା ତତ୍କାଳିନ ସହାୟତା ମୂଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ପ୍ରଦାନ କରିଥିଲେ। ସେହିପରି, ଆଉ ଜଣେ ଅସହାୟ ମହିଳାଙ୍କୁ ରେଡ୍ କ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ତତ୍କାଳୀନ ସହାୟତା ପ୍ରଦାନ କରାଯାଇଥିଲା। ଡେପୁଟୀ ଜିଲ୍ଲାପାଳ ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ , ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା l ଅପରାହ୍ନରେ ଭାନପୁର ଗ୍ରାମ ପଂଚାୟତର ମସାନକୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ପରିବର୍ଦ୍ଧିତ ଜନଶୁଣାଣୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ, ପ୍ରାଣୀ ପାଇଁ ଦିନଟିଏ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Related posts

Waltair Division Observes “Rashtriya Ekta Diwas” to Mark Sardar Vallabhbhai Patel’s Birth Anniversary

Sunil Chandra Nayak

ମାଟ୍ରିକ ବ୍ୟାଚ ର ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ

masiha

ମହୁ ମାଛି କାମୁଡାରେ ଦୁଇ ଗୁରୁତର

Leave a Comment

error: Content is protected !!