ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ 

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ 

ବାଲିଗୁଡା, ତା, ୦୪/୦୫:(ମନିସ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରେ ବିଜେପି ର ବିପୁଳ ବିଜୟ ପରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନଗର ବିଜେପି ପକ୍ଷରୁ ନଗର ମଣ୍ଡଳ ସଭାପତି ମନୋଜ କୁମାର ରଥ ଙ୍କ ନେତୃତ୍ୱରେ ବିଜୟ ଉତ୍ସବ ପାଳନ ଅନୁଷ୍ଠିତ ହୋଇଯାଇଛି l ଏ ନେଇ ସୋମବାର ସନ୍ଧ୍ୟା ରେ ସ୍ଥାନୀୟ ପିଡବ୍ଲୁଡି ଛକ ନିକଟରେ ନଗର ବିଜେପି ପକ୍ଷରୁ ଆତାସବାଜି ଫୁଟାଇ ସ୍ୱାଗତ କରିବା ସହ ଅଞ୍ଚଳ ବାସୀଙ୍କୁ ଝାଲ ମୁଢି ଓ ମିଷ୍ଟାନ ବଣ୍ଟନ କରି ଖୁସି ମନାଇଥିଲେ l ଏହି କାର୍ଯ୍ୟକ୍ରମ ରେ ବିଜେପି ର ରାଜ୍ୟ କାରିଣୀ ସଦସ୍ୟ ଜଗନ୍ନାଥ ସାହୁ, ବରିଷ୍ଠ ସଦସ୍ୟ ପଦ୍ମ ଚରଣ ଦାସ, ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଏନ ଏ ସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ନଗର ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସ, ରଞ୍ଜିତ କୁମାର ଚୌଧୁରୀ, ମହିଳା ସଭାନେତ୍ରୀ ସୁଷମା ସାହୁ, ଶୁଭାଶିଷ ମିଶ୍ରପ୍ରମୁଖ ଶତାଧିକ ବିଜେପି କର୍ମୀ ଉପସ୍ଥିତ ଥିଲେ l

ସଂଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

ଭାରତୀୟ ଜନତା ପାର୍ଟିର ବୁଥ ବିଜୟ ଅଭିଯାନ

masiha

ପୁଲିସ ଡିଜି, କମିଶନର ଓ ଡିସିପିଙ୍କ ନାଁରେ ଏତଲା ଦେଲେ ବିଜେପି କର୍ମକର୍ତ୍ତା 

Sunil Chandra Nayak

ଭାରତ ର ମହାନରାଷ୍ଟ୍ର ନାୟକ ପୂର୍ବତନ ପ୍ରାଧନ ମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଙ୍କ ଜନ୍ମଦିନ  ଚାନ୍ଦି ବାଉଁଶ ମୂଳ ଠାରେ  ମହା ସମାରୋହ ରେ ପାଳିତ

Sunil Chandra Nayak

Leave a Comment

error: Content is protected !!