ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ_ ବିଜେପିରେ ସାମିଲ ହେଲେ ରାୟଗଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ସରପଂଚ, ସମିତି ସଭ୍ୟ, ଜନପ୍ରତିନିଧି, ନେତା ଓ କର୍ମୀ
ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ସମସ୍ତ ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରିବା ସହ ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଲେ
ଭୁବନେଶ୍ୱର, ତା.୦୭/୦୫: ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ରାୟଗଡା ଜିଲ୍ଲା ପୂର୍ବତନ ବିଜେଡି ସମ୍ପାଦକ ଆର୍. କାଶୀ ନାଇଡୁଙ୍କ ସମତେ ବହୁ ସମର୍ଥକ ଓ ପୂର୍ବତନ ସରପଂଚ ମିନାରାଓ ହିମିରିକା ପ୍ରମୁଖ ବିଜେପିରେ ଯୋଗଦେଇଛନ୍ତି।
ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରିବା ସହ ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ କରିଛନ୍ତି। ଏହି ଅବସରରେ ସାଂସଦ ବିଭୁ ପ୍ରସାଦ ତରାଇ, ପାରଳାଖେମୁଣ୍ଡି ପୂର୍ବତନ ବିଧାୟକ କେ. ନାରାୟଣ ରାଓ, ରାଜ୍ୟ ଉପସଭାପତି ଡ. ଯତୀନ ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦିକା ପୂର୍ଣ୍ଣିମା ପ୍ରିୟଦର୍ଶନୀ ନାୟକ, ରାଜ୍ୟ ସମ୍ପାଦକ ସରୋଜ କର, ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକ, ବରିଷ୍ଠ ନେତା କାଳିରାମ ମାଝୀ, ରାୟଗଡା ଜିଲ୍ଲା ସଭାପତି ଗୋପି ଆନନ୍ଦ, ପୁରୀ ଜିଲ୍ଲା ସଭାପତି ଦେବେନ୍ଦ୍ର ତରେଇ ଓ ମଣ୍ଡଳ ସଭାପତିମାନେ ଉପସ୍ଥିତ ଥିଲେ।
ଲିପିକା ରାଣୀ ରାଉତ ଙ୍କ ରିପୋର୍ଟ୍

