ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର.

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର.

ମୋଟ ୧୧୭ ଗୋଟି ଅଭିଯୋଗର ହେଲା ଶୁଣାଣୀ. ୨ଗୋଟି ଅଭିଯୋଗର ହେଲା ତତ୍କାଳ ସମାଧାନ.

ରାଇରଙ୍ଗପୁର :ତା ୧୧-୦୫-୨୦୨୬ ରିଖ —  ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି.।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର,ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଯଦୁନାଥ ଜେନା, ଉପଜିଲ୍ଲାପାଳ ଶ୍ରୀ ଉଗ୍ରସେନ ଓରାମ,ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା,ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଧନୁର୍ଜୟ ମହାନ୍ତ,ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.।

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୧୭ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୯୧ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୬ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.।

ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ. ।

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।

ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ବାଳ

Related posts

ସୁସ୍ଥ ହେଲା ଦନ୍ତା ହାତୀ

ଲଗାଣ ବର୍ଷା ରେ ଭୁଶୁଡ଼ିଲା କୁସୁମା ଗୌଡ଼ ଙ୍କ ଘର

masiha

ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ଜିଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳନ ସହ ଡାବୁଗାଁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!