ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୧୧/୦୫/୨୬: ଜିଲ୍ଲା ସଦର ମହକୁମା ଠାରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସଦଭାବନା ଭବନ ଠାରେ ଅନୁଷ୍ଠିତ ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ କୁମାର ପଟ୍ଟନାୟକ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

    ଆଜି ମୋଟ ୯୨ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୬୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୧୭ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୯ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୧ ଗୋଟି ଆବେଦନ ରହିଥିଲା। 

    ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ପି ଏ ଆଇ ଟି ଡି ଏ ଶ୍ରୀ ଧୀରେନ୍ଦ୍ର ସେଠୀ, ସଦର ଏସ ଡି ପି ଓ ଶ୍ରୀ ନିର୍ମଳ କୁମାର ମହାପାତ୍ର ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଭୁବନ ଯୁବ ଯାଦବ ସମାଜର ଯୁବ ପ୍ରତିଭା ସମ୍ମାନିତ

masiha

ନୂଆ-ଓ-ଯୁବ ଓଡ଼ିଶା ନବୀନ ଓଡ଼ିଶା ଅନ୍ତର୍ଗତ ତୃତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ଆରମ୍

masiha

ଫୁଲଭଟ୍ଟା ଗ୍ରାମରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!