ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଯୁକ୍ତ ୨ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସଫଳତା  ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର

ଯୁକ୍ତ ୨ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସଫଳତା 

ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର

ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି ।ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପୁଣି ସଫଳତା ଅର୍ଜନ କରିଛନ୍ତି।ଯାହାକୁ ନେଇଁ ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀଛାତ୍ର , ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର ହୋଇ ଗୌରବ ଅର୍ଜନ କରିଛନ୍ତି । ବିଜ୍ଞାନ ବିଭାଗରେ ସର୍ବମୋଟ ୨୫୫ ଜଣ ପରୀକ୍ଷା ଦେଇଥିବା ବେଳେ ୪ ଜଣ ୯୫% ପ୍ରତିଶତ ରୁ ଉର୍ଦ୍ଧ୍ବ , ୨୪ ଜଣ ୯୦% ପ୍ରତିଶତରୁ ଊର୍ଦ୍ଧ୍ୱ, ୧୫୧ ଜଣ ୮୦% ପ୍ରତିଶତରୁ ଊର୍ଦ୍ଧ୍ୱ ଓ ୨୧୬ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଚଳିତ ବର୍ଷର ପରୀକ୍ଷା ଫଳାଫଳ ବିଗତ ବର୍ଷ ମାନଙ୍କର ରେକର୍ଡ ଭାଙ୍ଗିଛି ।

ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇବା ପରେ ଲକ୍ଷ୍ମୀ ବିକାଶ ଅନୁଷ୍ଠାନ ସମୂହର ଚେୟାର ମ୍ୟାନ ଡି ନାଗେଶ୍ୱର ରାଓ, ନିର୍ଦ୍ଦେଶକ ଡି ଶ୍ୟାମ, ନିର୍ଦ୍ଦେଶକ ଡି ରାମ କୁମାର, ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା, ଡି ପଦ୍ମିନୀ, ପ୍ରିନ୍ସିପାଲ କମ ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ଯକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଉପାଧ୍ୟକ୍ଷ ପ୍ରସନ୍ନଜିତ ଦତ୍ତ, ପ୍ରବନ୍ଧକ ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ଛାତ୍ରୀଛାତ୍ରମାନଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ପରୀକ୍ଷା ଫଳାଫଳକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ଖୁସି ବ୍ୟକ୍ତ କରିବା ସହ ଅନୁଷ୍ଠାନର ମ୍ୟାନେଜମେଣ୍ଟ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଡାବୁଗାଁ ବଜାରରେ ଶ୍ରାବଣ ଛତୁ ଚାହିଦା ବୃଦ୍ଧି କିଲୋ ପିଛା ୮୦୦ରୁ ୧୦୦୦…

Sunil Chandra Nayak

ଡାକ୍ତରୀ ପିଜି ପରୀକ୍ଷାର ପ୍ରଶ୍ନ ପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲା ମାନବ ଅଧିକାର ସୁରକ୍ଷା ମଞ୍ଚ  ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ସହ ସିସି କ୍ୟାମେରା ସଂଯୋଗ କରଯାଉ

Sunil Chandra Nayak

ମେରୁ ଉପଲକ୍ଷେ ଦଣ୍ଡ ନୃତ୍ୟ

Sunil Chandra Nayak

Leave a Comment

error: Content is protected !!