ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରଧାନ ଶିକ୍ଷକ ହୃଷିକେଶ ମେହେର ଙ୍କୁ ଅଵସର କାଳୀନ ଵିଦାୟ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ହୃଷିକେଶ ମେହେର ଙ୍କୁ ଅଵସର କାଳୀନ ଵିଦାୟ ସମ୍ବର୍ଦ୍ଧନା

ଜୁନାଗଡ଼,୩୧/୫ମନୀସ) କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଜୁନାଗଡ଼ ରେ ନବାଗତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗମୋହନ ବାଗ ଙ୍କ ସଭାପତିତ୍ଵ ରେ ଶିକ୍ଷକ ହୃଷିକେଶ ମେହେର ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।ଉକ୍ତ ସମ୍ବର୍ଦ୍ଧନା ସମାରୋହ ରେ ମୁଖ୍ୟ ଅତିଥି ଭାବେ ପ୍ରକଳ୍ପ ପ୍ରଶାସକ ପ୍ରଦ୍ୟୁମ୍ନ ଦାସ, ସମ୍ମାନିତ ଅତିଥି ଭାବେ ଭାରପ୍ରାପ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଜାନକୀ ବଲ୍ଲଭ ସାମନ୍ତରାୟ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ମୋହିତ କୁମାର ଭୋଇ, ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ସଂଘ ସଭାପତି ତଥା ମଧୁପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବେଦବ୍ୟାସ ପ୍ରଧାନ,ଅଧମୁଣ୍ଡା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶତ୍ରୁଜିତ ପତି,ଵାଣିପଙ୍ଗା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବସନ୍ତ ମାଝୀ,ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ କୃପାସିନ୍ଧୁ ହରିଜନ, ସ୍ଥାନୀୟ ସରପଞ୍ଚ ପ୍ରତିନିଧି ସୟମ୍ଵର୍ କନ୍ଧପାନ, କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ରଞ୍ଜନ କୁମାର ପଣ୍ଡା, ପ୍ରମୁଖ ଉପସ୍ଥିତ ଥିଲେ। ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ ଟି ଖୁବ୍ ସୁନ୍ଦର ଭାବରେ ସମାହିତ ହୋଇଥିଲା । ବିଦାୟୀ ପ୍ରଧାନ ଶିକ୍ଷକ ହୃଷିକେଶ ମେହେର ଙ୍କୁ ମାନପତ୍ର, ଫୁଲତୋଡ଼ା, ଉପଢୌକନ ଏବଂ ବିଭିନ୍ନ ଉପହାର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ମେହେର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ପରିଚାଳନା କରିଥିଲେ । ବିଜ୍ଞାନ ଶିକ୍ଷକ ସୁଶିଳ କୁମାର ନାଗ ମାନପତ୍ର ପାଠ କରିଥିଲେ ।ଉକ୍ତ ସମାରୋହ ରେ ବିଭାଗ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଞ୍ଚଳ ର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତି ରହି ଉତ୍ସବ ଟିକୁ ଆହୁରି ଗାରିମାମୟ କରିଥିଲେ ।

ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ଶ୍ରୀ ଶ୍ରୀ ରବିଶଙ୍କରଙ୍କ ଜନ୍ମ ଦିନ ଉପଲକ୍ଷେ ଦିବସ ବ୍ୟାପୀ କାର୍ଯ୍ୟକ୍ରମ

ଧାନ ପରବର୍ତ୍ତୀ ଚାଷ ର ସଫଳତା ପାଇଁ କୃତଜ୍ଞତା ପତ୍ର

ମେଧାଅନ୍ବେଷଣ ଫଳାଫଳ ପ୍ରକାଶ, ପ୍ରଥମ ସ୍ଥାନରେ ସସ୍ମିତା

Sunil Chandra Nayak

Leave a Comment

error: Content is protected !!