ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମଠଖୋକସା ଗ୍ରାମ୍ୟ ରାସ୍ତା ଅବସ୍ଥା ଶୋଚନୀୟ

ମଠଖୋକସା ଗ୍ରାମ୍ୟ ରାସ୍ତା ଅବସ୍ଥା ଶୋଚନୀୟ

କାମାକ୍ଷାନଗର – ଭୁବନ ବ୍ଲକ ଅନ୍ତର୍ଗତ ବାରୁଆଁ ( ବି) ପଞ୍ଚାୟତର ମଠଖୋକସା ଦେହୁରୀ ସାହି ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ବିଗତ ସରକାର ସମୟରେ ଯାହା ନାଲି ମାଟି ଗଣ୍ଡାଏ ପଡ଼ିଥିଲା । ୨୦୨୨ ପଞ୍ଚାୟତ ନିର୍ବାଚନ ସମୟରେ ଏହି ରାସ୍ତାକୁ ସି ସି ( ସିମେଣ୍ଟ କଂକ୍ରିଟ ) ରାସ୍ତା କରାଯିବ , ଆଉ ପାଣି କାଦୁଅ ହେବ ନାହିଁ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା । କିନ୍ତୁ ପଞ୍ଚାୟତ ନିର୍ବାଚନ ପରଠାରୁ ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ସିମେଣ୍ଟ କଂକ୍ରିଟ କରିବା ଦୂରେ ଥାଉ, ମୋରମ ଗାଣ୍ଡୁଏ ପଡ଼ି ପାରିଲା ନାହିଁ । ବର୍ଷା ଦିନେ ଏହି ରାସ୍ତାରେ ଆଣ୍ଠୁଏ କାଦୁଅ ପାଣିରେ ଯିବା ଆସିବା କରିବା ଅତ୍ୟନ୍ତ କଷ୍ଟକର ବ୍ୟାପାର । ସ୍ଥାନୀୟ ସରପଞ୍ଚ ଙ୍କୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କୌଣସି ସୁଫଳ ମିଳିନାହିଁ । ଆସନ୍ତା ତ୍ରିସ୍ତରୀୟ ନିର୍ବାଚନ ପୂର୍ବରୁ ଏହି ରାସ୍ତାକୁ ସି ସି ରୋଡ/ ପେଭର୍ ରାସ୍ତା କରାନଗଲେ ସମଗ୍ର ଦେହୁରୀ ସାହି ବାସିନ୍ଦା ଭୋଟ ବର୍ଜନ କରିବେ ବୋଲି ନିଷ୍ପତ୍ତି ନେଇ ଗଣମାଧ୍ୟମ ଜରିଆରେ ପ୍ରଶାସନକୁ ଅବଗତ କରାଇଛନ୍ତି । ଏ ସମ୍ପର୍କରେ ବାରୁଆଁ ( ବି) ସରପଞ୍ଚ ଶ୍ରୀମତୀ ବୀଣାପାଣି ସାହୁ ଙ୍କୁ ଯୋଗାଯୋଗ କରିବାରୁ ଆମେ ବାରମ୍ବାର ପ୍ରୋଜେକ୍ଟ ଦେଉଛୁ କିନ୍ତୁ ପଇସା ସାଙ୍କସନ ହେଉନି । ଏଥିପାଇଁ ଆମେ କଣ କରିବୁ ବୋଲି ନିଜର ଅସହାୟତା ପ୍ରକାଶ କରିଥିଲେ । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ୟା ସମାଧାନ କରିବାକୁ ଦାବି ହୋଇଛି।

ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ୍ 

Related posts

ଜିଲ୍ଲା ସ୍ତରୀୟ ଅନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ

Sunil Chandra Nayak

ଧର୍ମଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟଳୟରେ ମୋ ଖତ ବିକ୍ରୟ କେନ୍ଦ୍ର ଉଦଘାଟିତ

Sunil Chandra Nayak

ବିଭିନ୍ନ ଦାବୀ ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ନୂଆପଡା ଛତ୍ରପୁର ଗ୍ରାମବାସୀ

Leave a Comment

error: Content is protected !!