ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଠାରେ ଶିଶୁ ଓ କିଶୋର ଶ୍ରମ ନିଷେଧ ଓ ନିୟନ୍ତ୍ରଣ ସଚେତନତା ଅଭିଯାନ 

ନବରଙ୍ଗପୁର ଠାରେ ଶିଶୁ ଓ କିଶୋର ଶ୍ରମ ନିଷେଧ ଓ ନିୟନ୍ତ୍ରଣ ସଚେତନତା ଅଭିଯାନ 

ନବରଙ୍ଗପୁର 🙁 ତା୨୦.୬.୨୦୨୬)(ବ୍ୟୁରୋ)ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଅଧୀନ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ନବରଙ୍ଗପୁର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁ ଓ କିଶୋର ଶ୍ରମ ନିରାକରଣ, ଉଦ୍ଧାର ଏବଂ ପୁନର୍ବାସ ବ୍ୟବସ୍ଥାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆୟୋଜିତ ୧୫ ଦିନିଆ “ଶିଶୁ ଓ କିଶୋର ଶ୍ରମ ନିଷେଧ ଓ ନିୟନ୍ତ୍ରଣ ସଚେତନତା ଅଭିଯାନ”ର ଶୁଭାରମ୍ଭ ଆଜି ପୂର୍ବାହ୍ନ ୧୦.୦୦ ଘ ସମୟରେ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଆରମ୍ଭ ହୋଇଥିଲା।

ଏହି ଅବସରରେ ନବରଙ୍ଗପୁର ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଓ ଅତିରିକ୍ତ ଜିଲ୍ଲାପାଳ ଡ. ପ୍ରମୋଦ କୁମାର ପୃଷ୍ଟି ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ (ପ୍ରବର୍ତ୍ତନ), ନବରଙ୍ଗପୁର ଛୋଟରାୟ ଟୁଡୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ସୋଭା ଅନୁଷ୍ଠାନ କର୍ମକର୍ତ୍ତା ତଥା ବିଭିନ୍ନ ସମ୍ପୃକ୍ତ ବିଭାଗର ଅଧିକାରୀ ଓ ସଦସ୍ୟମାନେ ଉପସ୍ଥିତ ଥିଲେ।

ସଚେତନତା ରଥଟି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ନବରଙ୍ଗପୁର ବସ୍‌ଷ୍ଟାଣ୍ଡ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଏବଂ ନବରଙ୍ଗପୁର ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତ ଅଞ୍ଚଳ ପରିଭ୍ରମଣ କରି ଜନସାଧାରଣଙ୍କ ମଧ୍ୟରେ ଶିଶୁ ଓ କିଶୋର ଶ୍ରମର କୁପ୍ରଭାବ ଏବଂ ଏହା ସମ୍ବନ୍ଧୀୟ ଆଇନଗତ ବ୍ୟବସ୍ଥା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବ।

ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ ହେଉଛି ପ୍ରତିକୂଳ ପରିସ୍ଥିତିରେ ଥିବା ଶିଶୁ ଓ କିଶୋରମାନଙ୍କୁ ଚିହ୍ନଟ କରି ସେମାନଙ୍କର ଉଦ୍ଧାର, ପୁନର୍ବାସ ଏବଂ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା। ଏହା ସହିତ ପ୍ରତ୍ୟେକ ଶିଶୁଙ୍କ ଶିକ୍ଷାର ଅଧିକାର ସୁନିଶ୍ଚିତ କରିବା, ସେମାନଙ୍କର ସର୍ବାଙ୍ଗୀନ ବିକାଶ, ଦକ୍ଷତା ବୃଦ୍ଧି ଏବଂ ସୁରକ୍ଷିତ ତଥା ସମ୍ମାନଜନକ ଭବିଷ୍ୟତ ଗଠନ ପାଇଁ ସମସ୍ତ ସମ୍ପୃକ୍ତ ବିଭାଗ ଓ ସମୁଦାୟର ସକ୍ରିୟ ସହଭାଗିତା ଉପରେ ବିଶେଷ ଗୁରୁତ୍ୱାରୋପ କରାଯାଇଛି। ଅଭିଯାନ ସମୟରେ “ଶିଶୁ ଶ୍ରମକୁ ନା, ଶିକ୍ଷାକୁ ହଁ” ବାର୍ତ୍ତାକୁ ବ୍ୟାପକ ଭାବେ ପ୍ରଚାର ପୂର୍ବକ ପ୍ରଚାର ପତ୍ର ବଣ୍ଟାଯିବ ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

କାଳ ବୈଶାଖୀ ତାଣ୍ଡବ ଗୋବର୍ଲା ବିଦ୍ୟାଳୟରୁ ଉଡିଲା ଛାତ

Sunil Chandra Nayak

ପୋଖରୀ ରେ ବୁଡି ୫ ବର୍ଷର ଶିଶୁ ମୃତ, ଆଉ ଜଣେ ୫ ବର୍ଷର ଶିଶୁ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

Sunil Chandra Nayak

ଧର୍ମଗଡ ରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!