ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଝରିଗାଁ ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ଝରିଗାଁ ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:( ତା ୨୯.୬.୨୦୨୬)(ରବି ନାରାୟଣ ମହାନ୍ତି)ଆଜି ଝରିଗାଁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର , ଝରିଗାଁ ବିଡିଓଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ସିଧାସଳଖ ଶୁଣିଥିଲେ।ଶିବିରରେ ମୋଟ ୨୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ଏବଂ ୦୭ଟି ସାମୂହିକ ଅଭିଯୋଗ ଥିଲା। ଏଥିମଧ୍ୟରୁ ୦୨ଟି ଅଭିଯୋଗର ସମାଧାନ ଶିବିରସ୍ଥଳରେ ସମାଧାନ କରାଯାଇ ଥିବାବେଳେ ଅବଶିଷ୍ଟ ଅଭିଯୋଗଗୁଡ଼ିକୁ ସମ୍ପୃକ୍ତ ବିଭାଗକୁ ପ୍ରେରଣ କରାଯାଇ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ଏହି ଅବସରରେ ଜିଲ୍ଲା ରେଡ୍ କ୍ରସ୍ ପାଣ୍ଠିରୁ ଚିକିତ୍ସା ସହାୟତା ବାବଦ ୦୧ ଜଣ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ମଇ ଦିବସ/ ଆନ୍ତର୍ଜାତୀୟ ଶ୍ରମିକ ଦିବସ-୨୦୨୩ ପାଳିତ

ପଦ୍ମପୁର ବ୍ଲକ ବିଜୟା ନନ୍ଦ ହାଇସ୍କୁଲ ପଡ଼ିଆ ରେ ବଡ ଧୁମ ଧାମ ରେ ଚଇତି ପାଳିତ

masiha

ବିବେକ ସେନା ତରଫରୁ ଶହୀଦ ଲକ୍ଷ୍ମଣ ନାୟକ ଙ୍କ ସହୀଦ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!