ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏମ୍. ପି. ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ମୁସ୍କୁଟିରେ ବନମହୋତ୍ସବ ପାଳିତ 

ଏମ୍. ପି. ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ମୁସ୍କୁଟିରେ ବନମହୋତ୍ସବ ପାଳିତ 

ରୁପ୍ରା,୦୬/୦୭ (ଅଜୟ ସେନାପତି ) : ନର୍ଲା ବ୍ଲକ ଅନ୍ତର୍ଗତ ମୁସ୍କୁଟି ସ୍ଥିତ ଏମ୍. ପି. ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ପରିସରରେ ସୋମବାର ଦିନ ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯାଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଇକୋ କ୍ଲବର ଆବାହକ ତଥା ସଂସ୍କୃତ ଶିକ୍ଷକ କାର୍ତ୍ତିକେଶ୍ୱର ମିଶ୍ରଙ୍କ ତତ୍ତ୍ୱାବଧାନରେ ବନମହୋତ୍ସବ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଏହି ଅବସରରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଯୋଡ଼ାବନ୍ଧର ପ୍ରଧାନଶିକ୍ଷକ ଗିରିଧାରୀ ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣ କରିବା ସହିତ ବୃକ୍ଷର ଆବଶ୍ୟକତା ଓ ପରିବେଶ ସୁରକ୍ଷାରେ ଛାତ୍ରଛାତ୍ରୀଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଅଧ୍ୟକ୍ଷ ଶ୍ରୀ ନାଏକ ମଧ୍ୟ ସବୁଜ ପରିବେଶ ଗଠନ ପାଇଁ ଅଧିକରୁ ଅଧିକ ବୃକ୍ଷରୋପଣ କରିବା ସହ ସେଗୁଡ଼ିକର ଯତ୍ନ ନେବାକୁ ସମସ୍ତଙ୍କୁ ଆହ୍ୱାନ ଜଣାଇଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ବୃକ୍ଷରୋପଣ କରିବା ସହିତ ପରିବେଶ ସୁରକ୍ଷାର ଶପଥ ଗ୍ରହଣ କରିଥିଲେ।

Related posts

ଧର୍ମଗଡ଼ ନଳକୂପ ଠିକାଦାର ଘରୁ ବହୁଚର୍ଚ୍ଚିତ ଡକାୟତି ଘଟଣା,ଅଭିଯୁକ୍ତ ମାନେ ଦୋଷୀ ସାବ୍ୟସ୍ତ 

masiha

ବନ୍ଧୁଗାଁରେ  ବ୍ଲକ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଅନୁଷ୍ଠିତ 

masiha

ନବରଙ୍ଗପୂର୍ ଠାରେ ସହିଦ ଲକ୍ଷ୍ମଣ ନାୟକଙ୍କ ତିରୋଧାନ ଦିବସ ପାଳିତ 

masiha

Leave a Comment

error: Content is protected !!