ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର/ମସିହା ନିୟୁଜ (ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୧୭୬ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୩୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୩୧ ଗୋଟି ରେଡକ୍ରସ ପାଣ୍ଠିରୁ ୦୨ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୩୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଯାଜପୁର ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ଶ୍ରୀ ବ୍ରହ୍ମାନନ୍ଦ ବେହେରା, ତହସିଲଦାର , ଯାଜପୁର ଶ୍ରୀ ରବିନାରାୟଣ ପାଢ଼ୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Related posts

ଜଗତସିଂହପୁର ଜିଲ୍ଲା, ସାମ୍ବାଦିକ ୟୁନିଅନର କର୍ମକର୍ତା ନିର୍ବାଚନ

Sunil Chandra Nayak

ଚାଉଳ ବଣ୍ଟନରେ ଅନିମିୟତାକୁ ନେଇ, କାର୍ଯ୍ୟାଳୟରେ ତାଲା ଠୁଙ୍କିଲେ ପଞ୍ଚାୟତ ବାସି

Sunil Chandra Nayak

ଶମ୍ଭୁ ଚନ୍ଦନ ଙ୍କ ଅକସ୍ମାତ ବିୟୋଗ ରେ ଶୋକ ବାର୍ତ୍ତା 

masiha

Leave a Comment

error: Content is protected !!