ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ମୋଟ ୧୩୦ଟି ଅଭିଯୋଗର ହେଲା ଶୁଣାଣୀ.

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ମୋଟ ୧୩୦ଟି ଅଭିଯୋଗର ହେଲା ଶୁଣାଣୀ.
୬ଗୋଟି ଅଭିଯୋଗର ହେଲା ତତ୍କାଳ ସମାଧାନ.
 ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଜଣଙ୍କୁ ଓ ରେଡ଼କ୍ରସ ପାଣ୍ଠିରୁ ଜଣଙ୍କୁ ଆର୍ଥିକ ସହାୟତା ମଂଜୁର

ରାଇରଙ୍ଗପୁର :ତା ୧୩-୦୭-୨୦୨୬ ରିଖ  ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି।

ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ରାଇରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର, ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ବୀରେନ୍ଦ୍ର କୁମାର ସେନାପତି, ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ।

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୩୦ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୧୦୩ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୭ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.ଏଥି ମଧ୍ୟରୁ ୬ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା।

ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଜଣଙ୍କୁ ଟ.୫୦, ୦୦୦/-ଙ୍କା ଓ ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ଟ ୫,୦୦୦/-ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି। 

ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।

ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ବାଳ

Related posts

ଡାବୁଗାଁ ବ୍ଲକ ର ପ୍ରତ୍ୟେକ ଆଦିବାସୀ ଗ୍ରାମ ଗୁଡିକ ରେ ପାଳିତ ହେଲା “ପୁଷ ପରବ ” 

masiha

ଆର ଜି ଏଚ କୁ ଜିଲ୍ଲାର ମାନ୍ୟତା ସହ ରାଉରକେଲା ରେ ଏକ ମେଡ଼ିକାଲ କଲେଜ ସ୍ଥାପନା ଦାବିରେ ମୁଖ୍ୟମତ୍ରୀଙ୍କୁ ବିଧାୟକ ଦୁର୍ଗା ତନ୍ତୀଙ୍କ ସ୍ମାରକପତ୍ର ପ୍ରଦାନ

masiha

ପରିକ୍ରମା ପକ୍ଷରୁ ମେଧା ସମ୍ବର୍ଦ୍ଧନା ସମାରୋହ : 53 କୃତି ଛାତ୍ରଛାତ୍ରୀ ପାଇଲେ ଟେଲେଣ୍ଟ ଆୱାର୍ଡ 2025

masiha

Leave a Comment

error: Content is protected !!