ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର 

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର 

ନବରଙ୍ଗପୁର:(୧୪.୭.୨୦୨୬)(ରବି ନାରାୟଣ ମହାନ୍ତି)ଗତ କାଲି ତା ୧୩.୭.୨୦୨୬ ରିଖ ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ବି. ଏଡ ମହାବିଦ୍ୟାଳୟ, ନବରଙ୍ଗପୁର ଠାରେ ଜାତୀୟ କ୍ୟାଡେଟ ବାହିନୀ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠୀତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ସଂଗ୍ରାମ କେଶରୀ ପଟ୍ଟନାୟକ ଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସାଇ ଅଭୀପ୍ସା ଗୋଛାୟତ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ କର୍ମକ୍ଷେତ୍ରରେ ମହିଳା ମାନଙ୍କ ଉପରେ ହେଉଥିବା ଯୌନ ନିର୍ଯାତନା ସୁରକ୍ଷା ଆଇନ, ଅନୁସୂଚିତ ଜାତି ଏବଂ ଜନଜାତି ଅତ୍ୟାଚାର ନିବାରଣ ଆଇନର ବିଭିନ୍ନ ବ୍ୟବସ୍ତା ଉପରେ ସମ୍ବେଦନଶୀଳତା, ନାଲସା ସ୍ପୃହା ସ୍କୀମ-୨୦୨୫ ଏବଂ ଯୌତୁକ ସଚେତନତା ଏବଂ ପ୍ରସାର ପ୍ରୟାସ ସମ୍ପର୍କିତ ଆଇନ ବିଷୟରେ ସଚେତନତା ଶିବିରରେ ଆଲୋକପାତ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥିଭାବେ କର୍ଣ୍ଣେଲ ସୁନିଲ କୁମାର ଏମଏସ,୧୩(୦) ଏନସିସି ବ।ଟାଲିଆନ, ନବରଙ୍ଗପୁରର ମନୋରମ। ମାଝୀ, ସାମାଜିକ କର୍ମୀ, ରାଜ କିଶୋର ନାଗ ଉପ ମୁଖ୍ୟ ଆଇନ ଗତ ସହାୟତା ପ୍ରତିରକ୍ଷା ପରାମର୍ଶଦାତା, ନବରଙ୍ଗପୁର, ସୁବେଦାର ମେଜର ମଲ୍ଲିକ, ୧୩(୦)ଏନସିସି ବଟାଲିଆନ, ନବରଙ୍ଗପୁର, ଓ ପାରା ଲିଗାଲ ସଦସ୍ୟ ଓ ପାନେଲ ଲୟାର, ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରାଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ରାଇରଙ୍ଗପୁରରେ କେରଳ ପବ୍ଲିକ ସ୍କୁଲର ୨୫ ତମ ବାର୍ଷିକୋତ୍ସବ

Sunil Chandra Nayak

ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ଓ ସିଆରପି ମାନଙ୍କୁ ତାଲିମ

Sunil Chandra Nayak

ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ 

masiha

Leave a Comment

error: Content is protected !!