ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବିଜେପି ରେ ମିଶିଲେ କଳାହାଣ୍ଡି ଜିଲ୍ଳା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ

ବିଜେପି ରେ ମିଶିଲେ କଳାହାଣ୍ଡି ଜିଲ୍ଳା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ

କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି। ଦଳୀୟ ଅବହେଳା ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିକାଶକୁ ଆଧାର କରି ଆଜି କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ବିଜୁ ଜନତା ଦଳ ଛାଡ଼ି ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି।

ଭୁବନେଶ୍ୱରସ୍ଥିତ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଲୋକ ସଭା ସାଂସଦ ମାଳବିକା ଦେବୀ, ରାଜ୍ୟ ସଭା ସାଂସଦ ସୁଜିତ କୁମାର, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ ପୋଢ଼ ପ୍ରମୂଖ ଉପସ୍ଥିତ ଥିଲେ।

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓଙ୍କ ସହିତ ଜିଲ୍ଲାର ୯ ଜଣ ଜିଲା ପରିଷଦ ସଦସ୍ୟ, କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା କୁନି ସାହୁ, ନର୍ଲା ନିର୍ବାଚନ ମଣ୍ଡଳୀର ୨୪ ଜଣ ସରପଞ୍ଚ, ୩୧ ଜଣ ସମିତି ସଭ୍ୟ, ପୂର୍ବତନ ସରପଞ୍ଚ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ତଥା ବିଜେଡିର ଜିଲା ଓ ବ୍ଲକ ସ୍ତରରେ ଥିବା ୨୫୦ରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ଭାଜପାରେ ସାମିଲ ହୋଇଛନ୍ତି।

ଦଳ ପରିବର୍ତ୍ତନ କରିବା ପରେ ପ୍ରତିକ୍ରିୟା ରଖି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ କହିଛନ୍ତି ଯେ, ଦଳୀୟ ଅବହେଳା ଏବଂ ନର୍ଲା ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ବିକାଶ ତଥା ଅଞ୍ଚଳର ସ୍ୱାର୍ଥ ଦୃଷ୍ଟିରୁ ସେ ବାଧ୍ୟ ହୋଇ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ କରିଛନ୍ତି। ଏହି ମିଶ୍ରଣ କଳାହାଣ୍ଡି ଜିଲାରେ ବିଜେଡି ସଂଗଠନକୁ ଅତ୍ୟନ୍ତ ଦୁର୍ବଳ କରିଦେଇଥିବା ରାଜନୈତିକ ସମୀକ୍ଷକମାନେ ମତବ୍ୟକ୍ତ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ

masiha

ଅଧିରାଜ ବିଜୟୀ

masiha

ରାଇରଙ୍ଗପୁରରେ ନବ ନିର୍ବାଚିତ ବିଧାୟକ ଓ ସାଂସଦଙ୍କ ବିଜୟ ଓ ଶୁଭେଚ୍ଛା ଶୋଭାଯାତ୍ରା

masiha

Leave a Comment

error: Content is protected !!