ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ହାତୀବନ୍ଧା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ–ପିତୃ ସମ୍ବିଳନୀ ଅନୁଷ୍ଠିତ

ହାତୀବନ୍ଧା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ–ପିତୃ ସମ୍ବିଳନୀ ଅନୁଷ୍ଠିତ

ସିନାପାଲି, ୨୫/୭: ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ହାତୀବନ୍ଧା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ଏକ ଭବ୍ୟ ମାତୃ–ପିତୃ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ରୀ ହୁକୁମଚାନ୍ଦ ଅଗ୍ରୱାଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ବିଳନୀରେ ଅଭିଭାବକ, ଶିକ୍ଷକ ଓ ବହୁ ବିଶିଷ୍ଟ ବ୍ୟକ୍ତିବର୍ଗ ଉପସ୍ଥିତ ରହିଥିଲେ।

କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରମୁଖ ଶ୍ରୀ ଧ୍ରୁବ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କ ସର୍ବାଙ୍ଗୀଣ ବିକାଶରେ ପରିବାର ଓ ବିଦ୍ୟାଳୟର ସମନ୍ୱୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ବକ୍ତା ଶ୍ରୀ ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଅଭିଭାବକମାନଙ୍କୁ ଶିଶୁମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧ, ଶୃଙ୍ଖଳା ଏବଂ ସଂସ୍କାର ଗଠନରେ ଅଭିଭାବକଙ୍କ ଭୂମିକା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଖଗେଶ୍ୱର ଦାସ ଅତିଥିମାନଙ୍କର ପରିଚୟ ପ୍ରଦାନ କରି ସଭାକାର୍ଯ୍ୟର ଶୁଭାରମ୍ଭ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଆଚାର୍ଯ୍ୟ ଶ୍ରୀ ସରୋଜ ସିଂ ନିନା ସୁଚାରୁ ଭାବେ ସଂଯୋଜନା କରିଥିବା ବେଳେ, ଶେଷରେ ଆଚାର୍ଯ୍ୟ ଶ୍ରୀ କିଶୋର କୁମାର ଧୀବର ଧନ୍ୟବାଦ ଅର୍ପଣ କରିଥିଲେ।

Related posts

ମାଙ୍କଡ ଆତଙ୍କରେ ୧୫ରୁ ଉର୍ଦ୍ଧ ଲୋକ ଆହତ ଭୟଭିତ ଅଞ୍ଚଳବାସୀ 

masiha

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର 

masiha

ରାଇରଙ୍ଗପୁର ଜଗନ୍ନାଥ ମାର୍କେଟରେ ଅତ୍ୟାଧୁନିକ ଶୀତତାପ ନିୟନ୍ତ୍ରିତ ଏସ କେ ଷ୍ଟିଲ ଫର୍ଣିଚର ସୋ ରୁମ୍ ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!