ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ SVEEP ସଚେତନତା କାର୍ଯ୍ୟକ୍ରମ

ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ SVEEP ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ୮୦-ଭବାନୀପାଟଣା ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନରେ ନିର୍ବାଚନ ସାକ୍ଷରତା କ୍ଲବ୍‌ ମାଧ୍ୟମରେ SVEEP ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଜି ୪ ଅଗଷ୍ଟ ୨୦୨୬ ତାରିଖ ସକାଳ ୧୦ଟା ୩୦ ମିନିଟ୍‌ ସମୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

କାର୍ଯ୍ୟକ୍ରମରେ କଳାହାଣ୍ଡିର ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ, ଭବାନୀପାଟଣା ଉପ-ଜିଲ୍ଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ, ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର, ଡେପୁଟି କଲେକ୍ଟର ଇଲେକ୍ସନ, ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ସମେତ ଭବାନୀପାଟଣା ଉପ-ଜିଲ୍ଲାପାଳ କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଚଳିତ SIR-୨୦୨୬ ସମ୍ପର୍କରେ ସଚେତନ କରାଯାଇଥିଲା। ଏକ ସଠିକ, ସମାବେଶୀ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଓ ବଜାୟ ରଖିବାର ଗୁରୁତ୍ୱ ନେଇ ଛାତ୍ରଛାତ୍ରୀଙ୍କୁ ଅବଗତ କରାଯାଇଥିଲା।

୧୮ ବର୍ଷ ବୟସ ପୂରଣ କରିଥିବା ଯୁବକ-ଯୁବତୀମାନେ ECI Net ଆପ୍‌ ମାଧ୍ୟମରେ ନିଜ ନାମ ଭୋଟର ତାଲିକାରେ ପଞ୍ଜୀକରଣ କରିବାକୁ ଉତ୍ସାହିତ କରାଯାଇଥିଲା। ଏଥିସହ SVEEP ଅଧୀନରେ ଆୟୋଜିତ ବିଭିନ୍ନ ଭୋଟର ସଚେତନତା ପ୍ରତିଯୋଗିତା ବିଷୟରେ ମଧ୍ୟ ଛାତ୍ରଛାତ୍ରୀଙ୍କୁ ସୂଚନା ଦିଆଯାଇଥିଲା।

ଯୁବ ଓ ପ୍ରଥମ ଥର ଭୋଟରମାନଙ୍କୁ ନିର୍ବାଚନ ପ୍ରକ୍ରିୟାରେ ସକ୍ରିୟ ଭାବେ ସାମିଲ କରିବା ସହ ଗଣତନ୍ତ୍ରକୁ ଅଧିକ ସୁଦୃଢ଼ କରିବା ଏହି ସଚେତନତା କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ

Related posts

ନିଲାବାଡ଼ି କନ୍ୟାଶ୍ରମ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ 

Sunil Chandra Nayak

ପ୍ରେରକ ସଙ୍ଘ ପକ୍ଷରୁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଦାବିପତ୍ର

Sunil Chandra Nayak

ନୂଆ-ଓ-ଯୁବ ଓଡ଼ିଶା ନବୀନ ଓଡ଼ିଶା ଅନ୍ତର୍ଗତ ସମାଜସେବା କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ପଥପ୍ରାନ୍ତ ନାଟକ

masiha

Leave a Comment

error: Content is protected !!