ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନୂଆପଡ଼ା,(ସୁଜିତ କୁମାର ପ୍ରଧାନ )ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ନୂଆପଡ଼ା ଜିଲ୍ଲାର କୋମନା ବ୍ଲକ ପରିସରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ୪୮ଟି ବ୍ୟକ୍ତିଗତ, ୧୨ଟି ଗୋଷ୍ଠୀଗତ ସମୁଦାୟ ୬୦ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗର ଶୁଣାଣି କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ଅବସରରେ କୁନ୍ତୀଦେଇ ଶବର, ଅମ୍ବିକା ମାଝୀ, ଭୂମିସୂତା ଦୀପ ଓ ପ୍ରେମ ସୁନାଙ୍କୁ ୫ ହଜାର ଟଙ୍କା ଲେଖାଏଁ ଏବଂ ଲଳିତା ଦୁରିଆଙ୍କୁ ୧୦ ହଜାର ଟଙ୍କା ରେଡକ୍ରସ ପାଣ୍ଠିରୁ ତତ୍କାଳୀନ ସହାୟତା ପ୍ରଦାନ କରାଯାଇଥିଲା।

ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର, ଉପାଧ୍ୟକ୍ଷ ଜୟଦେବ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।ଡେପୁଟି ଜିଲ୍ଲାପାଳ ଶେଖ ନସୀମ, କୋମନା ବିଡିଓ ପବିତ୍ର କୁମାର ସାମଲ, ତହସିଲଦାର ସର୍ବେଶ୍ୱର ଜାଲ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ଅଭିଯୋଗ ଶୁଣାଣି ଶିବିର ଅବସରରେ ବ୍ଲକ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଏବଂ ଆୟୁଷ୍ମାନ ଆରୋଗ୍ୟ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା।

Related posts

ସୋଲାର ପମ୍ପ ପାଣି ଟାଙ୍କି ଫାଟିଲା ! ଅଳ୍ପକେ ବର୍ତିଲା ବାଳକ କ୍ରୀଷ୍ଣ ମାଝୀ

Sunil Chandra Nayak

୫ଟି ଅଧକ୍ଷଙ୍କୁ ଭେଟିଲେ ଜିଲ୍ଲା ପରିଷଦ ଉପ।ଧକ୍ଷ। ସୁଧିରା ମେହେର 

masiha

First state executive body meeting of the Journalist Council of India, Odisha wing was held in Bhubaneswar.

masiha

Leave a Comment

error: Content is protected !!