ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, ୧୮/୦୮/୨୬: ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ ଆଇ ଆର୍ ଉପରେ ଆଜି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଙ୍କ ସମ୍ମିଳନୀ କକ୍ଷଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ରେ ଅତିରିକ୍ତ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ , ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ଡେପୁଟି କଲେକ୍ଟର (ନିର୍ବାଚନ) ସୁଶ୍ରୀ ପ୍ରଧାନ ଏବଂ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମଧ୍ୟରୁ ଶ୍ରୀମତୀ କୁସୁମ ଟେଟେ,ଶ୍ରୀ ଜୟ ନାରାୟଣ ତ୍ରିପାଠୀ, ଶ୍ରୀ ଭେଷଜ ରଥ, ଶ୍ରୀ ଅଜିତ ପ୍ରସାଦ, ଶ୍ରୀ ପର୍ଶୁରାମ ସରାଫ, ଶ୍ରୀ ଅମିୟ କୁମାର ପ୍ରଧାନ, ଶ୍ରୀ ଅନିଲ କୁମାର ବରୁଆ, ଇକବାଲ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ।ଜିଲ୍ଲାରେ ଚାଲୁଥିବା ସ୍ୱତନ୍ତ୍ର ସଘନ ସଂଶୋଧନର ଦାବି ଓ ଆପତ୍ତି ପର୍ଯ୍ୟାୟ ର ଶେଷ ତାରିଖ ହେଉଛି ୧୯/୦୮/୨୬। ବୈଠକରେ ଏହି ସବୁ ପର୍ଯ୍ୟାୟ ଗୁଡ଼ିକ ଉପରେ ବିଶେଷ ଭାବେ ଆଲୋଚନା କରାଯାଇଥିଲା। ଏହି ଅବସରରେ ରାଜନୈତିକ ଦଳ ମାନଙ୍କୁ ଫର୍ମ ୯,୧୦,୧୧,୧୧A ଓ ୧୧B ପ୍ରଦାନ କରାଯାଇଥିଲା । ସେହିଭଳି ଫର୍ମ ୬,୭ ଓ ୮ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। 

ଏହି ଅବସରରେ ଅତିରିକ୍ତ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ ସମସ୍ତ ରାଜନୈତିକ ଦଳ ଗୁଡ଼ିକୁ ସଂଶୋଧନ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସମାପ୍ତ କରିବା ପାଇଁ ସହଯୋଗ କରିବାକୁ ଅନୁରୋଧ କରିଥିଲେ।ଏକ ସମ୍ପୂର୍ଣ୍ଣ ସ୍ବଚ୍ଛ ଏବଂ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ନେଇ ବୈଠକରେ ଆଲୋଚନା କରାଯାଇଥିଲା।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଆର କେ ଜୁନିୟର କଲେଜରେ”ସଡ଼କ ସୁରକ୍ଷା ସଚେତନତା” କାର୍ଯ୍ୟକ୍ରମ

masiha

କଳାକାରମାନେ ଜଣେ ଜଣେ ସମାଜ ସଂସ୍କାରକ ହେତୁ ସେମାନଙ୍କ ପ୍ରତି ଅଙ୍ଗୁଳି ପ୍ରଦର୍ଶନ ଆସମିଚୀନ : ମହାସଚିବ 

masiha

ଧର୍ମଗଡ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଅଧ୍ୟାପକ ଅଧ୍ୟାପିକା ନିଯୁକ୍ତି ପାଇଁ ଚଞ୍ଚକତା। ନିଯୁକ୍ତି ନିୟମ ଉଲଂଘନ କରି ଚୟନ ପାଇଁ ପ୍ରୟାସ…

masiha

Leave a Comment

error: Content is protected !!