ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼: ଗୋତମୁଣ୍ଡାରେ ନିର୍ମାଣ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଧର୍ମଗଡ଼: ଗୋତମୁଣ୍ଡାରେ ନିର୍ମାଣ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଆଦିବାସୀ ବହୁଳ ଅଞ୍ଚଳ ଗୋତମୁଣ୍ଡା ଠାରେ ନିର୍ମାଣ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଶିକ୍ଷାର ବିକାଶ ଓ ଗୁଣାତ୍ମକ ଶିକ୍ଷାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ପ୍ରଥମ ପର୍ଯ୍ୟାୟରେ ଏହି ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏନେଇ ଜାଗା ମଧ୍ୟ ଚିହ୍ନଟ ହୋଇ ସାରିଛି।

ବିଦ୍ୟାଳୟ ପ୍ରତିଷ୍ଠା ହେବା ଖବରକୁ ନେଇ ଗୋତମୁଣ୍ଡା ସମେତ ଆଖପାଖ ଅଞ୍ଚଳରେ ଖୁସିର ମାହୋଲ ସୃଷ୍ଟି ହୋଇଛି। ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ଉନ୍ନତ ଶିକ୍ଷାର ସୁଯୋଗ ମିଳିବା ସହ ଆଦିବାସୀ ଅଞ୍ଚଳର ଶିକ୍ଷା ବ୍ୟବସ୍ଥାରେ ଏହା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ଅଞ୍ଚଳବାସୀ ଆଶା ପ୍ରକାଶ କରିଛନ୍ତି।

ମାନ୍ୟବର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଙ୍କୁ ଉଦ୍ୟମ ଯୋଗେ ଏହା ସାକାର ହୋଇ ଥିବାରୁ ଅଞ୍ଚଳବାସୀ ବିଧାୟକ ଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

Guru Pankaj Utsav and Mahari Samman Inaugural Evening Dance Artist Adyasha Mishra captivated the audience through Odissi dance.

masiha

ନୂଆଗାଁ ଗ୍ରାମରେ ହାତୀ ଆତଙ୍କ

masiha

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

Sunil Chandra Nayak

Leave a Comment

error: Content is protected !!