ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ 

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ 

ବାଲିଗୁଡା, ତା, ୨୨/୦୮: (ମନିସ): ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ପରିସରରେ ନୂତନ ଭବିଷ୍ୟତ ନିର୍ମାଣର ସୁତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ ଫୋଟ ଗ୍ରାଫି ଦିବସ ଉପଲକ୍ଷେ ୫ମ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ – ୨୦୨୬ ଆୟୋଜନ ହୋଇଥିଲା । ଦୀର୍ଘ ୪ ଦିନ ଧରି ଆୟୋଜିତ ଏହି ଉତ୍ସବରେ ପ୍ରତିଦିନ ରାଜ୍ୟର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସମେତ ଫୋଟୋ ଗ୍ରାଫର ମାନେ ନିଜ ନିଜର ଆକର୍ଷଣୀୟ ଫୋଟୋ ଗୁଡିକୁ ପ୍ରଦର୍ଶନ କରିଥିଲେ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ଉଦୀୟମାନ ଫୋଟ ଗ୍ରାଫର ବୁଲୁ ଏଥିରେ ଅଂଶ ଗ୍ରହଣ କରି ନିଜ କ୍ୟାମେରା ଲେନସ ରେ ଅଞ୍ଚଳ ର ବିଭିନ୍ନ ସ୍ଥାନରୁ ଉଠାଇଥିବା ଫଟୋ ସ୍ଥାନ ପାଇ ଅତିଥି ମାନଙ୍କ ଠାରୁ ମାନପତ୍ର ଓ ଟ୍ରଫି ଗ୍ରହଣ କରିଛନ୍ତି । ସମଗ୍ର କନ୍ଧମାଳ ଜିଲାରୁ ଦ୍ୱିତୀୟ ଥର ପାଇଁ ବୁଲୁ ଜଣେ ମାତ୍ର ସମ୍ମାନିତ ହୋଇଥୁବାରୁ ଜିଲ୍ଲା ପାଇଁ ଗୌରବ ଆଣି ପାରିଛନ୍ତି l ସୂଚନା ଯୋଗ୍ୟ ଯେ, ଏହା ପୂର୍ବରୁ ଚତୁର୍ଥ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ମଧ୍ୟ ସମ୍ମାନିତ ହେବା ସହ ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ଓ ଉପ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଶାସନ ର ସଠିକ ଫୋଟ ଉତ୍ତୋଳନ କରି ସମ୍ମାନିତ ହୋଇଥିଲେ l ଏ ନେଇ ସବୁ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟିବାରେ ଲାଗିଛି l

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Related posts

ବରିଷ୍ଠ ସାମ୍ବାଦିକ ଗଜେନ୍ଦ୍ର ମହାରଣାଙ୍କ ପରଲୋକ, ସାମ୍ୱାଦିକ ମହଲରେ ଶୋକର ଛାୟା

Sunil Chandra Nayak

ୟୁନାଇଟେଡ଼ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନର( ୟୁଏଫ୍ ଵିୟୁ) ଡାକରାରେ ଦିନିକିଆ ଵ୍ଯାଙ୍କ ଧର୍ମଘଟ; ରାଇରଙ୍ଗପୁର ସମସ୍ତ ବ୍ୟାଙ୍କ କର୍ମଚାରୀ ଧର୍ମଘଟରେ ସାମିଲ

Sunil Chandra Nayak

ବିଷ୍ଣୁପ୍ରିୟା ଚାରିଟେବୁଲ୍ ଟ୍ରଷ୍ଟର ୧୦ମ ପ୍ରତିଷ୍ଠା ଦିବସ,ରକ୍ତଦାନ ଶିବିର ଓ ଜନ ସଚେତନା 

masiha

Leave a Comment

error: Content is protected !!