ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦ୍ରପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ଚନ୍ଦ୍ରପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ଚନ୍ଦ୍ରପୁର /ଗୁଣପୁର / ରାୟଗଡ:- ତା.୨୪-୦୮-୨୦୨୬ରିଖ ଦିନ ଚନ୍ଦ୍ରପୁର ବ୍ଲକ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରାସାଦ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୩୭ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୨୨ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା। ପାଞ୍ଚଟି ଅଭିଯୋଗର ତୁରନ୍ତ ଶୁଣାଣି କରି ଫଇସଲା କରାଯାଇଥିଲା । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଡାବୁଗାଁ ରେ ଆଦିବାସୀ ଦଶହରା ପାଳିତ

masiha

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Sunil Chandra Nayak

ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ତରଫରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ପାଳିତ

Sunil Chandra Nayak

Leave a Comment

error: Content is protected !!