ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର। ୩୩୧ ଭିନ୍ନକ୍ଷମଙ୍କ ପଞ୍ଜିକରଣ, ୨୧ ଜଣଙ୍କୁ ନୂତନ ଭତ୍ତା ପ୍ରଦାନ….

ଧର୍ମଗଡ଼ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

୩୩୧ ଭିନ୍ନକ୍ଷମଙ୍କ ପଞ୍ଜିକରଣ, ୨୧ ଜଣଙ୍କୁ ନୂତନ ଭତ୍ତା ପ୍ରଦାନ….

ଧର୍ମଗଡ଼ : ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ପକ୍ଷରୁ ଶନିବାର ଧର୍ମଗଡ଼ ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଭିନ୍ନକ୍ଷମଙ୍କୁ ସରକାରୀ ସୁବିଧା, ଚିକିତ୍ସା ଓ ବିଭିନ୍ନ ସହାୟତା ଯୋଗାଇଦେବା ଉଦ୍ଦେଶ୍ୟରେ ଏହି ଶିବିର ଆୟୋଜିତ ହୋଇଥିଲା। ଶିବିରରେ ଧର୍ମଗଡ଼ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ, ବିଡିଓ ସଦାଶିବ ନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ଓ ଡିଡିଆରସି ନୋଡାଲ ଅଫିସର ନିବାସ ଚନ୍ଦ୍ର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ସନ୍ଥକବି ଭୀମଭୋଇଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଦୀପ ପ୍ରଜ୍ୱଳନ କରି ଶିବିରର ଶୁଭାରମ୍ଭ କରିଥିଲେ।

ଧର୍ମଗଡ଼ ବ୍ଲକର ୨୪ଟି ଗ୍ରାମପଞ୍ଚାୟତରୁ ମୋଟ ୩୩୧ ଜଣ ଭିନ୍ନକ୍ଷମ ଏହି ଶିବିରରେ ନାମ ପଞ୍ଜିକରଣ କରିଥିଲେ। ଏଥିମଧ୍ୟରୁ ୯୨ ଜଣଙ୍କୁ ଦିବ୍ୟାଙ୍ଗ ପରିଚୟପତ୍ର ଏବଂ ୧୮ ଜଣଙ୍କୁ ଦିବ୍ୟାଙ୍ଗ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ସେହିପରି ୨୧ ଜଣଙ୍କୁ ନୂତନ ଭତ୍ତା କାର୍ଡ ସହ ୩ ମାସ ର ଭତ୍ତା ପ୍ରଦାନ କରାଯାଇଥିଲା। ଜଣେ ହିତାଧିକାରୀଙ୍କୁ ହୁଇଲଚେୟାର ଓ ଅନ୍ୟ ଜଣଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଥିଲା। ଶିବିରରେ ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ସୁନୀଲ କୁମାର ପାଢ଼ୀ, ମାନସିକ ରୋଗ ବିଶେଷଜ୍ଞ ଡାକ୍ତର ଚେତୁରାମ ମେହେର, କର୍ଣ୍ଣ-ଗଳା-ନାସା ବିଶେଷଜ୍ଞ ଡାକ୍ତର ପ୍ରଦ୍ୟୁମ୍ନ କିଶୋର ପଣ୍ଡା, ଚକ୍ଷୁରୋଗ ବିଶେଷଜ୍ଞ ଡାକ୍ତର ଲୋପାମୁଦ୍ରା ବିଶି, ଟେଲିମେଡିସିନ ଟେକ୍ନିସିଆନ ନିବେଦିତା ସାହୁ, ଶ୍ରବଣ ବିଶେଷଜ୍ଞ ଡାକ୍ତର ଆରାଧନା ବେହୁରା ପ୍ରମୁଖ ଯୋଗଦେଇ ଭିନ୍ନକ୍ଷମମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ।

ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ସରକାରୀ ଯୋଜନା ଓ ସହାୟତା ସମ୍ପର୍କରେ ସୂଚନା ଦେବା ସହ ସେମାନଙ୍କ ଆବଶ୍ୟକତା ଅନୁଯାୟୀ ସହାୟତା ଯୋଗାଇବା ପାଇଁ ଶିବିରରେ ବିଭିନ୍ନ ଷ୍ଟଲ ଖୋଲାଯାଇଥିଲା। କାର୍ଯ୍ୟକ୍ରମକୁ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଚନ୍ଦ୍ରହାସ୍ୟ ବିହାରୀ ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମ ସହାୟକ ଦେବେନ୍ଦ୍ର କୁମାର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଭୂବନେଶ୍ବର ଏମ୍ସ ସିଇଓଙ୍କ ରାଇରଙ୍ଗପୁର ଗସ୍ତ !  ଆସନ୍ତା ୧୯ ତାରିଖରେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଏମ୍ସର ଅଭିଜ୍ଞ ଚିକିତ୍ସା ବିଶେଷଜ୍ଞଙ୍କ ଦ୍ଵାରା ନିଃଶୁଳ୍କ ସ୍ବତନ୍ତ୍ର ସ୍ବାସ୍ଥ୍ୟ ଶିବିର ନେଇ ସୂଚନା

Sunil Chandra Nayak

ମାଧ୍ୟମିକ ଶିକ୍ଷକ ସଂଘ ର ସାମ୍ବିଧାନିକ ସମ୍ମିଳନୀ

masiha

କଳାହାଣ୍ଡିରେ ଅମରକଣ୍ଟକ ସ୍ଥିତ ରାଷ୍ଟ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟର ଅଫ୍ କ୍ୟାମ୍ପସ୍ ସ୍ଥାପନ ପାଇଁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀଙ୍କୁ ଦାବିପତ୍ର

Sunil Chandra Nayak

Leave a Comment

error: Content is protected !!