ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାଉରକେଲା : ୭/୯/୨୬ : ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ପରିସର ସ୍ଥିତ ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୪୮ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ। ୩୨ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୧୧ ଟି ସାମୁହିକ ଅଭିଯୋଗ ରହିଥିଲା। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଥିିକ ସହାୟତା ପାଇଁ ୫ଜଣ ବ୍ୟକ୍ତି ଆବେଦନ କରିଥିଲେ ।
ଏଥି ମଧ୍ୟରୁ ୬ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। l ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସୁରଞ୍ଜନ କୁମାର ସାହୁ, ରାଉରକେଲା ନଗର ନିଗମ ର ଯୁଗ୍ମ ଆୟୁକ୍ତ ପଲ୍ଲବୀ ନାୟକ,ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l
କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍

