ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬
ନବରଙ୍ଗପୁର:(୨୮|୯)(ରବି ନାରାୟଣ ମହାନ୍ତି)ଅଦ୍ୟ ତା.୨୮.୯.୨୦୨୬ରିଖ ସୋମବାର ଦିନ ସ୍ଥାନୀୟ ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ବରିଷ୍ଠ, କନିଷ୍ଠ ଓ ଉପ-କନିଷ୍ଠବର୍ଗର ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲାଏବଂ ସମାପନ ଉତ୍ସବରେ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ରୀତା ମହାନ୍ତି ଓ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜଗବନ୍ଧୁ ସୌରାଓ ଶ୍ରୀମତୀ ନମିତା ଘଡ଼େଇ ଉପସ୍ଥିତ ରହି କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ। ପ୍ରତ୍ୟେକ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ ନିମନ୍ତେ ସୂଚନା ଦିଆଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ସି.ଆର.ସି.ସି.ଓ ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରିଥିଲେ।
ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍

