ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ‘ସ୍ୱଚ୍ଛତା ହିଁ ସେବା–୨୦୨୬’ ପାଳିତ

ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ‘ସ୍ୱଚ୍ଛତା ହିଁ ସେବା–୨୦୨୬’ ପାଳିତ

ନବରଙ୍ଗପୁର:(୧|୧୦)(ରବି ନାରାୟଣ ମହାନ୍ତି)ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ‘ସ୍ୱଚ୍ଛଉତା ହିଁ ସେବା–୨୦୨୬’ ଅଭିଯାନ ଅବସରରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମରେ କାର୍ଯାଳୟ ର ସମସ୍ତ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ।କାର୍ଯ୍ୟକ୍ରମର ଆରମ୍ଭରେ ସମସ୍ତ ଅଧିକାରୀ ଓ କର୍ମଚାରୀ ସ୍ୱଚ୍ଛତା ଶପଥ ଗ୍ରହଣ କରି ସ୍ୱଚ୍ଛତା ପ୍ରତି ନିଜର ଦାୟିତ୍ୱବୋଧ ଓ ପ୍ରତିବଦ୍ଧତା ପ୍ରକାଶ କରିଥିଲେ। ଏହାପରେ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ନେତୃତ୍ୱରେ ସମସ୍ତେ ମିଳିତ ଭାବେ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହୋଇ ପରିସରକୁ ପରିଷ୍କାର-ପରିଚ୍ଛନ୍ନ କରିଥିଲେ।ଏହି ଅବସରରେ ସ୍ୱଚ୍ଛ ଓ ସୁସ୍ଥ ପରିବେଶ ଗଠନ ସହିତ ସ୍ୱଚ୍ଛତାକୁ ଦୈନନ୍ଦିନ ଜୀବନର ଏକ ଅବିଚ୍ଛିନ୍ନ ଅଂଶ ଭାବେ ଗ୍ରହଣ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

କଳିଙ୍ଗ ମିଡ଼ିଆ ସର୍ଭିସେସର ୧୪ତମ ବ୍ୟାଚ ସମାବର୍ତ୍ତନ ଏବଂ କଳିଙ୍ଗ ମିଡ଼ିଆ ସମ୍ମାନ ସମର୍ଦ୍ଧନା ସମାରୋହ ଅନୁଷ୍ଠିତ

masiha

ଲଷ୍ମୀପୁର ନିର୍ବାଚନ ମଣ୍ଡଳିର ଉନ୍ନୟନ ମୂଳକ କାର୍ଯ୍ୟ ତଧାରଖ କରୁଛନ୍ତି ବିଧାୟକ ପବିତ୍ର 

Sunil Chandra Nayak

ବିଷାକ୍ତ ସାପ କାମୁଡାରେ ଯୁବକ ମୃତ 

masiha

Leave a Comment

error: Content is protected !!