ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ତଥା ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ତଥା ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ

ହଭବାନୀପାଟଣା ତା ୨.୧୦.୨୦୨୬: ଆଜି ସ୍ଥାନୀୟ ଗାନ୍ଧୀ ପାର୍କ ଠାରେ ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ତଥା ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସାଧାରଣ ତନ୍ମୟ କୁମାର ଦରୱାନ ମୁଖ୍ୟ ଅତିଥି , ମୁଖ୍ୟ ବକ୍ତା ଡ଼ ଉମେଶ ଚନ୍ଦ୍ର ଶତପଥୀ,ସମ୍ମାନିତ ଅତିଥି ରୂପେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ , ସହ ନିର୍ଦ୍ଦେଶକ ସଞ୍ଚୟ ଏବଂ ଆର୍ଥିକ ସେବା ବିବେକା ନନ୍ଦ ମହାନନ୍ଦ,ଉପ ନିର୍ଦ୍ଦେଶକ,ଯୋଜନା ଓ ସମନ୍ୱୟ ଶ୍ରୀକାନ୍ତ ଦଳେଇ ଙ୍କ ସମେତ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପ ସିଂ ରାଉତ ଯୋଗ ଦେଇ ଗାନ୍ଧିଛକ ସ୍ତିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି , ଷ୍ଟାଡିୟମ୍ ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଏବଂ ଗାନ୍ଧୀ ପାର୍କ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟର୍ପଣ ଓ ପୂଜ୍ୟପୂଜା କରିଥିଲେ। ଜିଲ୍ଲା କ୍ରୀଡା ସଂଘର କର୍ମକର୍ତ୍ତା ଶାସ୍ତ୍ରୀ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସହ ଯୋଗ କରିଥିଲେ।ପ୍ରଭାତ ଫେରି ତଥା ମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ରେ ଅତିଥିମାନଙ୍କ ସଙ୍ଗରେ ବିଭିନ୍ନ ହାଇସ୍କୁଲ ର ଛାତ୍ର ଛାତ୍ରୀ , ଶିକ୍ଷକ ଶିକ୍ଷୟତ୍ରୀ, ସରକାରୀ ଅଧିକାରୀ,ସହରର ବିଶିଷ୍ଟ ବ୍ୟକ୍ତି ଓ ଗଣ ମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଦ୍ଵାରା ସକାଳ ୪.୩୦ ଘ ସମୟରେ ସହରରେ ରାମଧୁନ ପରିବେଷଣ କରାଯାଇଥିଲା। 

ଗାନ୍ଧୀ ପାର୍କ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ହିନ୍ଦୁ, ମୁସଲିମ ଓ ଶିଖ ଧର୍ମର ପ୍ରତିନିଧି ନିଜ ନିଜ ପବିତ୍ର ଗ୍ରନ୍ଥ ରୁ ସର୍ବ ଧର୍ମ ସମ୍ୟନୟ, ଭାତୃଭାବ , ଅହିଂସା ଓ ଶାନ୍ତି ଉପରେ ଉଦ୍ଧୃତ ବାଣୀ ପରିବେଷଣ କରିଥିଲେ।ହିନ୍ଦୁ ଧର୍ମର ଶ୍ରୀ ହେମନ୍ତ ମୁଣ୍ଡ,ଇସଲାମ ଧର୍ମର ଆଝାର ମହମ୍ମଦ ଓ ସୟିଦ ଉସ୍ମାନ,ଖ୍ରୀଷ୍ଟିଆନ ଧର୍ମ ର ପ୍ରଭାକର ବିର, ଶିଖ ଧର୍ମର ହର୍ଜିନ୍ଦର ସିଂ ପ୍ରତିନିଧି ରୂପେ ଯୋଗ ଦେଇ ପବିତ୍ର ଗ୍ରନ୍ଥ ରୁ ବାଣୀ ପାଠ କରିଥିଲେ।ପ୍ରଥମେ ସରସ୍ଵତୀ ବିଦ୍ୟା ମନ୍ଦିର ବ୍ରଜବିହାର ର ଛାତ୍ରୀ ମାନେ ଗାନ୍ଧୀଙ୍କ ପ୍ରିୟ ଭଜନ” ବୈଷ୍ଣବ ଜନକ” ପରିବେଷଣ କରିଥିଲେ । ଗାନ୍ଧୀ ଜୟନ୍ତୀ ଅବସରରେ ପୂର୍ବରୁ ହାଇସ୍କୁଲ୍ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ। ଛାତ୍ରୀ ମାନେ ଶେଷରେ “ରଘୁପତି ରାଘବ”ଗାନ କରିଥିଲେ। ଅତିଥିଗଣ ନିଜ ବକ୍ତବ୍ୟରେ ଗାନ୍ଧୀ ଓ ଶାସ୍ତ୍ରୀଜୀ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଦେଶ ତଥା ଜାତିର ବିକାଶ ପାଇଁ ନିଜକୁ ପ୍ରସ୍ତୁତ କରିବା ଓ ସହଭାଗୀ ହେବାକୁ ଆହ୍ବାନ କରିଥିଲେ।ଗାନ୍ଧୀ ପାର୍କ ରେ ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋଜ ବେହେରା ପରିଚାଳନା କରିଥିଲେ ଓ କାର୍ଯ୍ୟକ୍ରମ ରୂପାୟନ ରେ ପୌର ପରିଷଦ ଓ ସୁଚନା ଓ ଲୋକ ସମ୍ପର୍କ କାର୍ଯ୍ୟଲୟ କର୍ମଚାରୀ ସହ ଯୋଗ କରିଥିଲେ। ମାଲ୍ୟ ଅର୍ପଣ କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ,ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା, ସହରର ବୁଦ୍ଧିଜୀବି,ଗଣ ମାଧ୍ୟମ ପ୍ରତିନିଧି ଭାଗ ନେଇଥିଲେ ।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର , ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

Sunil Chandra Nayak

ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ମସିହା NEWS ର ମହାପ୍ରଭାବ , ଖବର ପ୍ରକାଶ ପରେ, କଙ୍କଡ଼ାହାଡ଼ ସମ୍ମନିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଅଧିକାରୀଣି ସୋପାନ ଟଙ୍କା ହେରେଫେର ବାବଦରେ ନେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

Sunil Chandra Nayak

Leave a Comment

error: Content is protected !!